ସରଣ୍ଡା,୧୯।୧୧(ଡି.ଏନ.ଏ.):ବରଗଡ ଜିଲାର ଅତାବିରାରେ ଚାଷୀ ଆନ୍ଦୋଳନ ମଙ୍ଗଳବାର ଦିତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ ପାଇଁ ଜନସମର୍ଥନ ମିଳୁଛି। ଚାଷୀମାନେ ରାଜ୍ୟ ସରକାରଙ୍କ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ବରଗଡ ଡିଆରଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଚାଷୀମାନେ ସରକାର କରିଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରୁଥିବାବେଳେ ଏହାର ସମାଧାନ କରାଯାଉ ନାହିଁ। ଏ ସରକାର ଚାଷୀଙ୍କ ସରକାର ବୋଲି କହୁଥିବାବେଳେ ଚାଷୀଙ୍କ ପେଟରେ ଲାତ ମାରିବା ଭଳି କାର୍ଯ୍ୟ କରାଯାଉଛି ବୋଲି ଚାଷୀମାନେ କହିଛନ୍ତି। ଚାଷୀମାନଙ୍କ ସମସ୍ୟା ଦୂର କରିବା ପରିବର୍ତ୍ତେ ସେମାନଙ୍କ ନାମରେ ଥାନାରେ ଏତଲା ଦିଆଯାଉଛି। ଏହାକୁ ନେଇ ଚାଷୀ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ଏହି ଅଞ୍ଚଳର ସମସ୍ତ ଚାଷୀ ମିଶି ଗତ ଦୁଇଦିନ ହେଲା ଧାନ ବିକ୍ରୟ ବନ୍ଦ କରି ଶାନ୍ତିଶୃଙ୍ଖଳା ସହ ଆନ୍ଦୋଳନ କରିଛନ୍ତି। ସେମାନେ ସରକାରୀ ଅଫିସଗୁଡିକ ବନ୍ଦ କରିଛନ୍ତି। ବୁଧବାର ଅଞ୍ଚଳର ସମସ୍ତ ଦୋକାନ ବଜାର ବନ୍ଦ କରାଯିବ ବୋଲି ଚାଷୀମାନେ ନିଷ୍ପତ୍ତି ନେଇଛନ୍ତି। ଅପରାହ୍ନରେ ସ୍ଥାନୀୟ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ। ଏହି ଆଲୋଚନା ବିଫଳ ରହିଥିବା ଜଣାପଡିଛି।
୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ
ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…
ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ
ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…
ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…
ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…
ଯାତ୍ରୀ ଭାବେ ବସ୍ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…
ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…
ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…
ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…
ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….
ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…
ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ
ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…
ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…
କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…
Archives

