ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ ତାଳପଦା ଗ୍ରାମର ପ୍ରିୟଙ୍କା ଦାଶ(୨୯)। ସେ ୨ ବର୍ଷ ହେଲା ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ଗୃହ ବିଜ୍ଞାନ ବିଭାଗରେ ଅତିଥି ଅଧ୍ୟାପକ ଭାବେ କାର୍ଯ୍ୟରତ ଥିଲେ। ପ୍ରିୟଙ୍କାଙ୍କ ଦାଦା ହେମେନ୍ଦ୍ର ପ୍ରସାଦ ଦାଶ ଓ ଖୁଡ଼ୀ ପଦ୍ମଜା ଦାଶ ଝିଆରୀଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ପୁରୁଷ ବନ୍ଧୁଙ୍କୁ ଗିରଫକରି ତନାଘନା ଆରମ୍ଭ କରିଛି। ଗିରଫ ଅଭିଯୁକ୍ତ କେନ୍ଦୁଝର ପୁରୁଣା ସହରର ରୁଦ୍ର ମିଶ୍ର। ଅଭିଯୋଗ ଅନୁଯାୟୀ, ବୁଧବାର ସକାଳ ୧୦ ଟା ୫୫ ମିନିଟ୍‌ରେ ରୁଦ୍ର ମିଶ୍ର ନିଜକୁ ଅଧ୍ୟାପକ ପରିଚୟ ଦେଇ ଝିଅ ରୁମ୍‌ରେ ତାଲା ପକାଉଥିବା ବେଳେ ଟଳି ପଡ଼ିଲେ। ଡାକ୍ତରଖାନା ନେବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି କହିଥିଲେ। ଦାଦା ହେମେନ୍ଦ୍ର ଓ ଖୁଡ଼ୀ ପଦ୍ମଜା କେନ୍ଦୁଝର ମେଡିକାଲରେ ପହଞ୍ଚତ୍ବା ପରେ ଝିଆରୀଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ପାଇଥିଲେ। ବେକ୍‌ରେ ଏକ ଚିହ୍ନ ଥିବାରୁ ସନ୍ଦେହ ହୋଇଥିଲା ବୋଲି ପଦ୍ମଜା ଦାଶ କହିଛନ୍ତି। ଝିଆରୀଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଏବଂ ଫୋନ୍‌ କରିଥିବା ରୁଦ୍ର ମିଶ୍ରଙ୍କୁ ଦାୟୀକରି ଅଭିଯୋଗ କରିଥିଲେ। ପୋଲିସ ମୃତଦେହ ଜବତକରି ଜିଲା ମୁଖ୍ୟ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରି ଘଟଣାର ଅଧିକ ତଦନ୍ତ କରୁଛି। ଟାଉନ ଥାନା ଅଧିକାରୀ ଶ୍ରୀକାନ୍ତ ସାହୁ କହିଛନ୍ତି, ଅଭିଯୋଗ ଆଧାରରେ ଏକ ହତ୍ୟା ମାମଲା(ନଂ.୯୭୪/୨୦୨୫) ରୁଜୁକରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଅଭିଯୁକ୍ତ ଜଣେ ଆଇନଜୀବୀ ହୋଇଥିବା ବେଳେ କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘର କୋଷାଧ୍ୟକ୍ଷ ଅଛନ୍ତି। ତାଙ୍କର ନିଜ ଘର ପୁରୁଣା ସହରରେ ଥିବାବେଳେ ସେ ଗତ କିଛି ବର୍ଷ ହେବ ନିର୍ମଳା କନ୍‌ଭେଣ୍ଟ ସ୍କୁଲଠାରେ ଥିବା ଅନ୍ୟ ଏକ ଘରେ ଏକୁଟିଆ ରହୁଥିଲେ। ଅତିଥି ଅଧ୍ୟାପିକା ମଙ୍ଗଳବାର ଛୁଟିରେ ଉକ୍ତ ଘରକୁ ଯାଇଥିଲେ। ବୁଧବାର ତାଙ୍କର ମୃତ୍ୟୁ ହେବା ଘଟଣା ଅଧିକ ଚର୍ଚ୍ଚାର ବିଷୟ ହୋଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri