ଅତିରିକ୍ତ ଜିଲାପାଳଙ୍କୁ ଜମିହରାଙ୍କ ଦାବିପତ୍ର

ଯାଜପୁର ରୋଡ,୨୧|୮(ନି.ପ୍ର.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି ଥିଲେ ମଧ୍ୟ ସ୍ଥାନୀୟ ପାରିପାର୍ଶ୍ୱିକ ଉନ୍ନୟନ ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। କାରଖାନା ପାଇଁ ବିସ୍ଥାପିତ ହୋଇଥିବା ପରିବାରକୁ ଅଦ୍ୟାବଧି ନିଯୁକ୍ତି ପ୍ରଦାନ କରାଯାଇ ନାହଁି ା ପଞ୍ଚାୟତର ମୁଖ୍ୟ ରାସ୍ତାକୁ କାରଖାନା କର୍ତ୍ତୃପକ୍ଷ ବ୍ୟବହାର କରିବା ସହ ବିଭିନ୍ନ ପ୍ରକାର ପ୍ରଦୂଷଣ ସମସ୍ୟା ସୃଷ୍ଟି କରୁଛନ୍ତି। ବେକାରୀ ଯୁବତୀ ଓ ଯୁବକଙ୍କୁ କାର ଖାନାରେ ନିଯୁକ୍ତି , ପ୍ରଦୂଷଣ ସମସ୍ୟା ଓ ପାରପାର୍ଶ୍ୱିକ ଉନ୍ନୟନ, ଭୂତଳଜଳ ବ୍ୟବହାର ବନ୍ଦ, ପ୍ରଦୂଷଣ ପାଇଁ ପ୍ରଭାବିତ ଗ୍ରାମଗୁଡିକରେ ବ୍ୟାପକ ମାତ୍ରାରେ ବୃକ୍ଷରୋପଣ, ସ୍ବାସ୍ଥା, ପାନୀୟଜଳ ଓ ବିଦ୍ୟୁତ୍‌ ସେବା କାରଖାନା ପକ୍ଷରୁ ଯୋଗାଇଦିଆଯାଉ, କାରଖାନାକୁ ଆସୁଥିବା ପଣ୍ୟଦ୍ରବ୍ୟ ମେଶିନରେ ନ କରି ଲୋକଙ୍କ ଦ୍ୱାରା କରିବା, ଜମି ଓ ଘରବାଡି ହରାଇ ନ ଥାଇ କାରଖାନାରେ ଚାକିରି ପାଇଥିବା ବ୍ୟକ୍ତିଙ୍କୁ ତୁରନ୍ତ କାର୍ଯ୍ୟରୁ ହଟାଇବା ଆଦି ବିଭିନ୍ନ ୧୨ ଦଫା ଦାବିରେ ମଙ୍ଗଳବାର ଗ୍ରାମବାସୀ ଯାଜପୁର ଜିଲାପାଳଙ୍କ ଉଦ୍ଦେଶ୍ୟରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ୧୫ ଦିନ ମଧ୍ୟରେ ବିହିତ ପଦକ୍ଷେପ ନ ନେଲେ ଜମିହରାମାନେ କାରଖାନା ଫାଟକ ସମ୍ମୁଖରେ ଧାରଣା ଦେବେ ବୋଲି କହିଛନ୍ତି। ଏଥିସହ ସୁକିନ୍ଦା ବିଧାୟକ, ଯାଜପୁର ଏସ୍‌ପି, ଦାନଗଦୀ ତହସିଲ୍‌ଦାର, କଳିଙ୍ଗନଗର ଥାନାଧିକାରୀଙ୍କୁ ମଧ୍ୟ ଗ୍ରାମବାସୀଙ୍କ ତରଫରୁ ଅବଗତ କରାଯାଇଛି। ଏ ସମ୍ପର୍କରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତେଷ କୁମାର ମିଶ୍ରଙ୍କୁ ପଚାରିବାରୁ ଦାବି ସମ୍ପର୍କରେ ତଦନ୍ତ କରାଯାଇ କାରଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇ ପଦକ୍ଷପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri