ଅତିରିକ୍ତ ତହସିଲଦାରଙ୍କୁ ଅଟକ ରଖିଲେ ଉତ୍ତେଜିତ ଲୋକେ: ମୁଖ୍ୟ ଫାଟକ ଭାଙ୍ଗି ପଲିଥିନ୍‌ ବୋହିନେଲେ

ଭୋଗରାଇ, ୨୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ପଞ୍ଚାୟତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଅଭାବନୀୟ ଘଟଣା ଘଟିଛି। ‘ଅମ୍ଫନ’ ବାତ୍ୟାରେ ଘର ଭାଙ୍ଗିଯାଇଥିବା ଲୋକଙ୍କୁ ଅଦ୍ୟାବଧି ପଲିଥିନ୍‌ ମିଳି ନ ଥିବାରୁ ଶତାଧିକ ଲୋକେ ଉତ୍ତ୍ୟକ୍ତ ହୋଇ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟକୁ ଦୀର୍ଘ ଘଣ୍ଟା ଧରି ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆରଆଇ କାର୍ଯ୍ୟାଳୟକୁ ଭୋଗରାଇ ଅତିରିକ୍ତ ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ ଆସିଥିବା ବେଳେ ଲୋକେ ପାଟିତୁଣ୍ଡ କରି ଦୀର୍ଘ ସମୟ ପର୍ଯ୍ୟନ୍ତ ଅଟକ ରଖିଥିଲେ। ଏହାପରେ ଲୋକେ ମୁଖ୍ୟ ଫାଟକକୁ ଭାଙ୍ଗି କାର୍ଯ୍ୟାଳୟରେ ଷ୍ଟକ ଥିବା ଦୁଇ ଶହ ପଲିଥିନ ବୋହି ନେଇଥିଲେ। କମର୍ଦ୍ଦା ପୋଲିସ ସେଠାରେ ପହଞ୍ଚତ୍ ଅତିରିକ୍ତ ତହସିଲଦାରଙ୍କୁ ଉଦ୍ଧାର କରିଥିଲେ। ଗଣ୍ଡଗୋଳକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅତିରିକ୍ତ ତହସିଲଦାର ସୂଚନା ଦେଇଛନ୍ତି। ସେଠାରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାବେଳେ ନିୟନ୍ତ୍ରଣାଧୀନ ରହିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri