ଭଣ୍ଡାରିପୋଖରୀ, ୫ା୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବେଆଇନ ବାଲି ଚୋରାଚାଲାଣ ରୋକିବାକୁ ଉଦ୍ୟମ କରି ମଞ୍ଜୁରିରୋଡ଼ ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଓ ଆର୍ଆଇ ରାମନାରାୟଣ ସାମଲ ବାଲିମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି। କେତେକ ବାଲିମାଫିଆ ଓ ଟ୍ରାକ୍ଟର ମାଲିକ ଆର୍ଆଇ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଅତିରିକ୍ତ ତହସିଲଦାର ସ୍ବାଇଁ, ଆର୍ଆଇ ସାମଲ ଓ ତହସିଲ କର୍ମଚାରୀ ପ୍ରଦୀପ ଜେନାଙ୍କୁ ଠେଙ୍ଗା, ରଡ୍ ଓ ଟେକାରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ଅତିରିକ୍ତ ତହସିଲଦାର ସ୍ବାଇଁ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ଥାନାରେ ବିରିଡ଼ି ଗ୍ରାମର ରମେଶ ରାଉତ, ବନ୍ଦାଳୋ ଗ୍ରାମର ଅମରେଶ ବିଶ୍ୱାଳ, ବାବଲପୁର ଗ୍ରାମର ଅନୀଲ କର, ଶାସନର ଆନନ୍ଦ ସାହୁ, ସଞ୍ଜୟ ସାହୁ, ଭରତ ନାୟକ ଓ ଅନ୍ୟ ୧୫ରୁ ଊର୍ଦ୍ଧ୍ୱ ଅସାମାଜିକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ କରିଥିଲେ। ପୋଲିସ ଥାନାରେ ମାମଲା(ନଂ. ୨୮/୨୦) ଦଫା ୩୪୧, ୨୯୪, ୪୫୨, ୩୩୨, ୩୩୩, ୩୫୩, ୩୦୭, ୫୦୬, ୩୪ ରୁଜୁ କରିଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି।
ବାଲି ଚୋରାଚାଲାଣ ଅଭିଯୋଗକୁ ଆଧାର କରି ମଞ୍ଜୁରିରୋଡ୍ ଆର୍ଆଇ ସାମଲ ସୋମବାର ବୈତରଣୀ ନଦୀପଠା ପରିଦର୍ଶନ କରିଥିଲେ। ଏହି ସମୟରେ ନଦୀବନ୍ଧ ଉପରେ ଦୁଇଟି ବାଲି ବୋଝେଇ ଟ୍ରାକ୍ଟର ଜବତ କରି ଚାଳକଙ୍କୁ ଗାଡ଼ି ଆର୍ଆଇ କାର୍ଯ୍ୟାଳୟ ନେବାକୁ କହିଥିଲେ। ତେବେ ଚାଳକଦ୍ୱୟ ଟ୍ରାକ୍ଟରକୁ ଆଣି ନଦୀବନ୍ଧ ଉପରେ ବାଲି ଖଲାସ କରିଦେଇଥିଲେ। ଏଥିରେ ଆର୍ଆଇ ଅସନ୍ତୋଷ ପ୍ରକାଶ କରି ଟ୍ରାକ୍ଟର ନମ୍ବର ସହ ଫଟୋ ଉଠାଇ ପଳାଇ ଆସିଥିଲେ। ଅତିରିକ୍ତ ତହସିଲଦାର ସ୍ବାଇଁ କୌଣସି କାମରେ ତଦନ୍ତ କରିବାକୁ ମଞ୍ଜୁରିରୋଡ଼ ଅଞ୍ଚଳକୁ ଯାଇ ଆର୍ଆଇଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଆର୍ଆଇ ଏସବୁ ବିଷୟରେ କହିବା ପରେ ଅତିରିକ୍ତ ତହସିଲଦାର ଆର୍ଆଇଙ୍କ ସହ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ହେଲେ ସେଠାରୁ ଆସି ଅଧିକାରୀମାନେ ଆର୍ଆଇ କାର୍ଯ୍ୟାଳୟରେ ଆଲୋଚନା କରୁଥିବାବେଳେ କେତେକ ବାଲିମାଫିଆ ଓ ଟ୍ରାକ୍ଟର ମାଲିକ ପହଞ୍ଚତ୍ ଆକ୍ରମଣ କରିଥିଲେ।
Posted inଆମ ଜିଲା ଖବର, ଭଦ୍ରକ View All
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା
ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...
Archives


