ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟଣ ସାମଲ ଆହତ ହୋଇଥିଲେ। ଏହି ଘଟଣାରେ ୨୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଜଣଙ୍କୁ ଗିରଫ କରିଛି। ତେବେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରାଜସ୍ବ ଅମଲା ଓ କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏଥିରେ ତହସିଲର ସମସ୍ତ କର୍ମଚାରୀ, ଆର୍‌ଆଇ,ଏ ଆର୍‌ଆଇ ଆନ୍ଦୋଳନରେ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, ସୋମବାର ଆର୍‌ଆଇ ସାମଲ ବନ୍ଦାଳ ବୈତରଣୀ ନଦୀବନ୍ଧ ନିକଟରୁ ବେଆଇନ ଭାବେ ବାଲି ପରିବହନ କରୁଥିବା ୨ ଟ୍ରାକ୍ଟରକୁ ଜବତ କରି କାର୍ଯ୍ୟାଳୟକୁ ଆଣୁଥିବା ବେଳେ ରାସ୍ତାରେ ଡ୍ରାଇଭର ବାଲିକୁ ଢାଳି ଦେଇଥିଲେ। ପରେ ଆର୍‌ଆଇ ସାମଲ ଗାଡ଼ି ନଂ. ଲେଖି ସେଠାରୁ କାର୍ଯ୍ୟାଳୟକୁ ପଳାଇ ଆସିଥିଲେ। ଅତିରିକ୍ତ ତହସିଲଦାର ସ୍ବାଇଁ କାର୍ଯ୍ୟାଳୟରେ ପହଞ୍ଚି ଘଟଣା ସମ୍ପର୍କରେ ବୁଝିଥିଲେ। ଏହି ସମୟରେ ବାଲି ମାଫିଆମାନେ ଠେଙ୍ଗାଧରି ଆର୍‌ଆଇ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଅତିରିକ୍ତ ତହସିଲଦାର ସ୍ବାଇଁ, ଆର୍‌ଆଇ ସାମଲଙ୍କୁ ଆକ୍ରମଣ କରିଥିଲେ। ଏଥିରେ ସେମାନେ ଆହତ ହୋଇଥିଲେ। ଏହା ସହ ପିଅନ ପ୍ରଦୀପ ଜେନା ମଧ୍ୟ ଆହତ ହୋଇଥିଲେ। ଏହି ଘଟଣାରେ ସ୍ଥାନୀୟ ଥାନାରେ ୨୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri