ଅତିଷ୍ଠ କରୁଛି କଂସାରି ଶାଳ ଶବ୍ଦ

ବ୍ରହ୍ମପୁର ଅଫିସ୍‌,୧୧ା୬-ପୁରୁଣା ବ୍ରହ୍ମପୁର ତଥା କୁଠାରୀ ମନ୍ଦିର ସାହିରେ ଥିବା କଂସାରି ଶାଳଗୁଡ଼ିକୁ ନେଇ ଏବେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏନେଇ ବହୁ ଅଞ୍ଚଳବାସୀ ସୋମବାର ଉପଜିଲାପାଳ ଦିଗନ୍ତ କୁମାର ରାଉତରାୟଙ୍କ ଦେଖା କରିଛନ୍ତି। ଅଞ୍ଚଳବାସୀଙ୍କ ଅଭିଯୋଗ ହେଲା, ସେହି ସାହିରେ କଂସାରୀ ସମ୍ପ୍ରଦାୟର ଲୋକେ ବାସ କରୁଛନ୍ତି।
ସେମାନେ ନିଜ ଘରେ ହିଁ ପିତଳରୁ ବାସନ କୁସନ ପ୍ରସ୍ତୁତ କରୁଛନ୍ତି। ତେବେ ପିତଳ କାମ ବେଳେ ପ୍ରବଳ ଶବ୍ଦ ହେଉଛି। ସକାଳରୁ ରାତି ପର୍ଯ୍ୟନ୍ତ ପ୍ରଚଣ୍ଡ ଶବ୍ଦରେ ନିକଟରେ ବାସ କରୁଥିବା ଲୋକେ ଅସୁବିଧା ଭୋଗୁଛନ୍ତି। ସାହିରେ ରହିବା କଷ୍ଟକର ହୋଇପଡ଼ିଲାଣି। ପିଲାମାନେ ଘରେ ପଢ଼ି ପାରୁନାହାନ୍ତି। ରୋଗୀମାନେ ଶୋଇ ପାରୁନାହାନ୍ତି।
ଦିନ ତମାମ୍‌ ଶବ୍ଦ ହେଉଛି।
କଂସାରୀମାନଙ୍କୁ ଏନେଇ କହିଲେ, ସେମାନେ ଓଲଟା ଯୁକ୍ତି କରୁଛନ୍ତି। ଅସଭ୍ୟ ଭାଷାରେ ଗାଳି ଗୁଲଜ କରୁଛନ୍ତି। ଗତ ମାସରେ ମଧ୍ୟ ସାହିବାସୀ ଏହି ସମସ୍ୟା ସମ୍ପର୍କରେ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶବ୍ଦ ପ୍ରଦୁଷଣ ରୋକିବା ପାଇଁ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ । ବଡ଼ବଜାର ଥାନା ପୋଲିସ କଂସାରୀମାନଙ୍କୁ ତାଗିଦ୍‌ କରିଥିଲେ। ସରକାରୀ ଗାଇଡ୍‌ଲାଇନ୍‌ ଅନୁଯାୟୀ ପ୍ରଦୁଷଣ ନିୟନ୍ତ୍ରଣ ବୋର୍ଡ଼ଠାରୁ ଅନୁମତି ଆଣିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏଣୁ କଂସାରୀ ଶାଳଗୁଡ଼ିକ କିଛି ଦିନ ପାଇଁ ବନ୍ଦ ହୋଇଯାଇଥିଲା । କିନ୍ତୁ ଏବେ ପୁଣି ଥରେ ଶାଳ ଆରମ୍ଭ ହୋଇଯାଇଛି।
ତୁରନ୍ତ କଂସାରୀ ଶାଳଗୁଡ଼ିକ ବନ୍ଦ କରିବା ପାଇଁ ଅଞ୍ଚଳବାସୀଙ୍କ ତରଫରୁ ହରିଚରଣ ପାଢୀ, ସୀମାଞ୍ଚଳ ବେହେରା, ସୁରେନ୍ଦ୍ର ସେଠୀ, ବିଜୟ ଲକ୍ଷ୍ମୀ ଦାସ, ଏନ୍‌. ସୁଧାକର, ସୁରେନ୍ଦ୍ର ସେଠୀ, କୁନି ସାହୁ ଏବଂ ଦୀନବନ୍ଧୁ ସୁବୁଦ୍ଧି ପ୍ରମୁଖ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri