ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୫।୧୧-ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ସିପିଆଇ ପକ୍ଷରୁ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ବାହାରିଥିଲେ। ରେଳଷ୍ଟେଶନଠାରୁ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ଫାଟକ ନିକଟରେ ପହଞ୍ଚତ୍ଥିଲା। ସେଠାରେ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଗତ ୩ରୁ ୪ ମାସ ଧରି ଲଗାତାର ଭାବରେ ପିଆଜ, ଆଳୁ, ରସୁଣ, ଅଦା, ପରିବା, ଡାଲି, ତେଲ, ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି ପାଇ ଆସୁଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି। ଜିଲାରେ ବିଳମ୍ବରେ ମୌସୁମୀ ବର୍ଷା ଯୋଗୁ ବହୁ ଜମି ପଡ଼ିଆ ପଡ଼ିଥିବା ବେଳେ ଯେଉଁ ଜମିରେ ଚାଷ ହୋଇଥିଲା ‘ବୁଲ୍‌ବୁଲ୍‌’ ବାତ୍ୟାଜନିତ ପ୍ରବଳ ବର୍ଷାରେ ନାହିଁ ନ ଥିବା ଫସଲର କ୍ଷତି ହୋଇଛି। ସରକାର ଦର ବୃଦ୍ଧି ଉପରେ ଅଙ୍କୁଶ ଲଗାଇବାକୁ ପଦକ୍ଷେପ ନେବା ସହ ଚାଷୀମାନଙ୍କୁ ତୁରନ୍ତ କ୍ଷତିପୂରଣ ଓ ରବିଚାଷ ପାଇଁ ବିହନ, ସାର ଓ ଔଷଧ କିଟ୍‌ ଯୋଗାଇ ଦେବାକୁ ସିପିଆଇ ନେତାମାନେ ଦାବି କରିଛନ୍ତି। ବିକ୍ଷୋଭ ସଭାରେ ବରିଷ୍ଠ କମ୍ୟୁନିଷ୍ଟ ନେତା କୈଳାସ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ଜିଲା ସମ୍ପାଦକ ନିରଞ୍ଜନ ବାରିକ, ସହସମ୍ପାଦକ ଭାଗବତ ପ୍ରତିହାରୀଙ୍କ ସମେତ ଗୌରାଙ୍ଗ ପାଣିଗ୍ରାହୀ, ମାୟାଧର ନାୟକ, ବିଜୟ ଶ, ନାରୀନେତ୍ରୀ ବନ୍ଦନା ବିଶ୍ୱାସ, ଭଗବାନ ପଣ୍ଡା ଓ ପୂର୍ଣ୍ଣ ପଣ୍ଡା ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଶ୍ୟାମସୁନ୍ଦର ଜେନା, ଶଶିକାନ୍ତ ବେହେରା, ଦେବେନ୍ଦ୍ର ଜେନା, ଯତୀନ ପାତ୍ର, ବେଣୁଧର ବାରିକ, ପୂର୍ଣ୍ଣ ପାତ୍ର, ଅହଲ୍ୟା ବେହେରା ଓ ପ୍ରଶାନ୍ତ ଦାସ, କୁସୁମ ବେହେରା ପ୍ରମୁଖ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ। ଶେଷରେ ୪ଦଫା ସମ୍ବଳିତ ଏକ ଦାବିପତ୍ର ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri