ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ସକାଳ ୭ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବ । ସେହିପରି କ୍ଷୀର ବିକ୍ରୟ ପାଇଁ ସକାଳ ୭ ଟାରୁ ପୂର୍ବାହ୍ନ ୯ ଟା ଓ ଅପରାହ୍ନ ୫ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସମୟ ନିର୍ଘଣ୍ଟ ହୋଇଛି। ପ୍ରଶାସନର ବିନା ଅନୁମତିରେ କୌଣସି ବ୍ୟକ୍ତିବିଶେଷ ବା ସଂଗଠନ ଖାଦ୍ୟ ସାମଗ୍ରୀ, ମସ୍କ୍, ସାନିଟାଇଜର ଆଦି ବଣ୍ଟନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହାଛଡା ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କାରୀ ଯାନବାହାନ ବ୍ୟତୀତ ଅନ୍ୟ କୌଣସି ଗାଡ଼ିକୁ ସହର ମଧ୍ୟକୁ ପ୍ରବେଶ ନିଷେଧ କରାଯାଇଥିବା ନେଇ ଜଟଣୀ ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର ଶୁକ୍ରବାର ସଂଧ୍ୟାରେ ନିର୍ଦ୍ଦେଶନାମା ଜାରି କରିଚନ୍ତି। ତେବେ ସମୟ ପରିବର୍ତ୍ତନ ନେଇ ପ୍ରଶାସନ ପକ୍ଷରୁ ଶୁକ୍ରବାର ରାତି ୯ଟା ପରେ ଡ଼ାକବାଜି ଯନ୍ତ୍ର ଦ୍ବାରା ପ୍ରଚାର କରାଯାଇଥିଲା। ଫଳରେ ଏନେଇ ଅନେକ ଅବଗତ ହୋଇପାରିନଥିଲା। ଶନିବାର ସକାଳେ ନୂତନ ସମୟ ନିର୍ଘଣ୍ଟ ବୁଝିବା ପାଇଁ ଉଭୟ ଦୋକାନୀ ଓ ଲୋକଙ୍କ ମଧ୍ୟରେ ଉତ୍ସୁକତା ପ୍ରକାଶ ପାଇଥିଲା। ପୂର୍ବରୁ ଏଠାରେ ସକାଳ ୬ ଟା ରୁ ୯ ଟା ଓ ଅପରାହ୍ନ ୪ ଟା ରୁ ୬ଟା ପର୍ଯ୍ୟନ୍ତ ଦୋକାନ ଖୋଲିବା ସମୟ ନିର୍ଘଣ୍ଟ ଥିଲା।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

