Posted inଜାତୀୟ

ଅଦାଲତଙ୍କୁ ଜଣାଇଲେ ଆନ୍ନା ହାଜାରେ: ମୋତେ ହତ୍ୟା କରିବାକୁ ଠିକା ଦିଆଯାଇଥିଲା

ମୁମ୍ବାଇ,୧୦ା୭ (ଆଇଏଏନ୍‌ଏସ୍‌): ଦୁର୍ନୀତି ବିରୋଧରେ ମୁହଁଖୋଲୁଥିବା ସାମାଜିକ କର୍ମୀ ଆନ୍ନା ହାଜାରେଙ୍କୁ ମାରିବା ଲାଗି ଠିକା ଦିଆଯାଇଥିଲା। ଏନେଇ ସେ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ମୁହଁଖୋଲି କହିଛନ୍ତି। ଓସ୍‌ମାନାବାଦ୍‌ ତେର୍ନା ଚିନିକଳ ଦୁର୍ନୀତି ସମ୍ପର୍କରେ ମୁହଁ ଖୋଲିଲେ ତାଙ୍କୁ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଥିଲା। କଂଗ୍ରେସ ନେତା ପଓ୍ବନ ରାଜେ ନିମ୍ବଲକର୍‌ ହତ୍ୟା ମାମଲାରେ ସାକ୍ଷୀଭାବେ କୋର୍ଟରେ ହାଜର ହୋଇଥିବା ଆନ୍ନା ଏଭଳି ମତ ରଖିଛନ୍ତି। ସ୍ବତନ୍ତ୍ର ବିଚାରପତି ଆନନ୍ଦ ୟାଭଲ୍‌କରଙ୍କ ଆଗରେ ଆନ୍ନା କହିଛନ୍ତି, ମିଡିିଆରୁ ଧମକ ସମ୍ପର୍କରେ ଜାଣିବା ପରେ ସେ ଅହମଦାବାଦର ପାର୍ନର ପୋଲିସ ଷ୍ଟେଶନରେ ମାମଲା ଦାଏର କରିଥିଲେ। ୨୦୦୬ ନିମ୍ବଲକର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଏନ୍‌ସିପି ନେତା ପଦମ୍‌ସିଂ ପାଟିଲଙ୍କ ଓସ୍‌ମାନାବାଦସ୍ଥିତ ତେର୍ନା ଚିନିକଳ ସହ ସମ୍ପର୍କ ରହିଛି। ଏବେ ସେ ତେର୍ନା ପବ୍ଲିକ ଚାରିଟେବଲ ଟ୍ରଷ୍ଟର ସଭାପତି ଅଛନ୍ତି। ମାମଲା ରୁଜୁ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ଜୀବନ ପ୍ରତି ବିପଦ ରହିଥିବା ହାଜାରେ କହିଥିଲେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri