ଅଦିନିଆ ବର୍ଷା: ଫସଲ ପରିଚାଳନା ପାଇଁ ଓୟୁଏଟି ପକ୍ଷରୁ କୃଷି ପରାମର୍ଶ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦକ୍ଷିଣ କୋଙ୍କଣ ଓ ଗୋଆ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ୩ରୁ ୭ ତାରିଖ ପର୍ଯ୍ୟନ୍ତ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ବିଭିନ୍ନ ଫସଲର ସୁପରିଚାଳନା ପାଇଁ ଓୟୁଏଟି ପକ୍ଷରୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି। ଝିପିଝିପି ବର୍ଷା ଓ କୋହଲା ପାଗ ଲାଗି ରହିଲେ ସୋରିଷ, ସୂର୍ଯ୍ୟମୁଖୀ, ଚିନାବାଦାମ ଆଦି ତୈଳବୀଜ ଫସଲ, ମୁଗ, ବିରି ଆଦି ଡାଲିଜାତୀୟ ଫସଲ ଓ ପନିପରିବାରେ ଜଉପୋକ ଲାଗିବାର ସମ୍ଭାବନା ଅଛି। ତେଣୁ ଠିକ୍‌ ଭାବରେ ଫସଲ ନିରୀକ୍ଷଣ କରି ଏକର ପ୍ରତି ୪୦ ଗ୍ରାମ୍‌ ଥାୟୋମେଥୋକ୍‌ଜାମ୍‌ କିମ୍ବା ୫୦ ମି.ଲି. ଇମିଡାକ୍ଲୋପ୍ରିଡ୍‌ କିମ୍ବା ୫୦ ଗ୍ରାମ୍‌ ଏସିଟାମିପ୍ରିଡ୍‌କୁ ୨୦୦ ଲିଟର ପାଣିରେ ମିଶାଇ ସିଞ୍ଚନ କରିବାକୁ ପରାମର୍ଶ ଦିଆଯାଇଛି। ଏହାସହ ଅଦିନିଆ ବର୍ଷା ହେତୁ ସହଳବୁଣା ଖରାଟିଆ ଚିନାବାଦାମ ଫସଲରେ ମୂଳ ଓ କାଣ୍ଡ ପଚା ଲାଗିବାର ସମ୍ଭାବନା ଅଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ବର୍ଷା କମିଗଲା ପରେ ପ୍ରତି ଲିଟର ପାଣିରେ ୧.୫ ଗ୍ରାମ୍‌ କାର୍ବେଣ୍ଡାଜିମ୍‌ ସହ ୫୦ ଡବ୍ଲୁ.ପି. ମିଶାଇ ସିଞ୍ଚନ କରିବାକୁ ଚାଷୀମାନଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri