ଅଦିନିଆ ବର୍ଷା, ମଣ୍ଡିରେ ଭିଜୁଛି ଶହଶହ ଧାନବସ୍ତା

ଖଣ୍ଡପଡା,୨୬।୨(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଶିଖରପୁର ପଞ୍ଚାୟତସ୍ଥିତ ସେବା ସମବାୟ ସମିତିରେ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ଧାନମଣ୍ଡି ଖୋଲାଯାଇଛି । ତେବେ ଧାନ ବିକ୍ରି କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ବାହାରେ ଧାନ ଗଦା ମାରି ରଖିବେଳେ ଅଦିନିଆ ବର୍ଷା ଯୋଗୁ ତାହା ଭିଜି ଯାଇଛି। ଫଳରେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି।
ସମୟରେ ଧାନ ବିକ୍ରି କରା ନ ଯିବା ଓ ମଣ୍ଡିରେ ଧାନ ସୁରକ୍ଷିତ ରଖାଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଶହଶହ ଧାନବସ୍ତା ବର୍ଷାରେ ଓଦା ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଧାନମଣ୍ଡିରେ ଅବ୍ୟବସ୍ଥା ସହ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି।
ସ୍ଥାନୀୟ ଅଞ୍ଚଳର ଚାଷୀମାନେ ମଣ୍ଡିରେ ଧାନ ବିକ୍ରୟ କରିବା ନିମନ୍ତେ ସୋମବାର ଆସିଥିଲେ। ଧାନ ସବୁ ଶିଖରପୁର ଗ୍ରାମ୍ୟ ରାସ୍ତାର ଉଭୟପାର୍ଶ୍ୱରେ ଗଦା ମାରିଥିଲେ ହେଁ ମିଲର କର୍ତ୍ତୃପକ୍ଷ ଠିକ୍‌ ସମୟରେ ନ ଆସିବାରୁ ଚାଷୀମାନେ ଧାନ ବିକ୍ରି କରି ପାରି ନ ଥିଲେ। ମଙ୍ଗଳବାର ପାଗ ଖରାପ ରହିବା ଓ ଦିନ ତମାମ ଝିପିଝିପ ବର୍ଷା ଲାଗି ରହିବା ଯୋଗୁ ଚାଷୀମାନଙ୍କ ଧାନ ଓଦା ହୋଇଯାଇଛି। କେହି କେହି ଜରି ପାଲ ଘୋଡାଇ ରଖିଥିଲେ ହେଁ ତାହା ବର୍ଷାକୁ ସମ୍ଭାଳି ପାରିନି। ଏଭଳି ପରିସ୍ଥିତିକୁ ନେଇ ଚାଷୀମାନେ ମିଲର କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିବା ବେଳେ ଅଦିନିଆ ବର୍ଷାରେ ଧାନ ବିକ୍ରି କରି ନ ପାରି କ୍ଷତିଗ୍ରସ୍ତ ହୋଇଥିବା ଚାଷୀମାନଙ୍କୁ ଆର୍ଥତ୍କ ସହାୟତା ରାଶି ଯୋଗାଇଦେବା ନିମନ୍ତେ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri