ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି ଅଦିନିଆ ରଥଯାତ୍ରାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସମସ୍ତେ ଇସ୍କନକୁ କଡ଼ା ବିରୋଧ କରିଛନ୍ତି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ। ତୁରନ୍ତ ଓଡ଼ିଶା ସରକାର ଏ ଦିଗରେ ପଦକ୍ଷେପ ନିଅନ୍ତୁ ବୋଲି ଦାବି କରିଛନ୍ତି।
ଗୁରୁବାର ମୁମ୍ବାଇରେ ଗଡ଼ିଛି ମହାପ୍ରଭୁଙ୍କ ରଥ। ଆଷାଢ ଶୁକ୍ଳପକ୍ଷ ଦ୍ୱିତୀୟା ବଦଳରେ ଶ୍ରୀପଞ୍ଚମୀରେ ଅନୁଷ୍ଠିତ ହୋଇଛି ଏହି ରଥଯାତ୍ରା। ଦାଦର ଅଞ୍ଚଳରେ ତିନିଠାକୁରଙ୍କୁ ଗୋଟିଏ ରଥରେ ବସାଇ ପୁରୀ ରଥଯାତ୍ରା ଭଳି ଇସ୍କନ ଅନୁଗାମୀମାନେ ରଥ ଟାଣିଛନ୍ତି। ଶିବାଜୀ ପାର୍କରୁ ରଥଟଣା ଆରମ୍ଭ ହୋଇ ଶିବସେନା ଭବନ, ପ୍ଲାଜା ମାରୁତି ମନ୍ଦିର, ପର୍ତ୍ତୁଗୀଜ୍‌ ଚର୍ଚ୍ଚ, ଗୋଖଲେ ରୋଡ ଆଦି ଅଞ୍ଚଳ ବୁଲିବା ପରେ ପୁଣି ଶିବାଜୀ ପାର୍କରେ ପହଞ୍ଚତ୍ଥିଲା। ସେଠାରେ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହାଦ୍ୱାରା ବିଧି ପରମ୍ପରାକୁ ଇସ୍କନ ବେଖାତିର କରିଛି ବୋଲି ସବୁବର୍ଗର ଲୋକେ କହିବା ସହ ନିନ୍ଦା କରିଛନ୍ତି। ଶ୍ରୀମନ୍ଦିର ସେବାୟତ, ଭକ୍ତ, ବୁଦ୍ଧିଜୀବୀ, ଗବେଷକ, ମଠ ମହନ୍ତ, ଜଗନ୍ନାଥପ୍ରେମୀ ସମସ୍ତେ ଏଭଳି ପଦକ୍ଷେପକୁ କଡ଼ା ସମାଲୋଚନା କରିଛନ୍ତି।
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର କହିଛନ୍ତି, ଅଦିନରେ ରଥଯାତ୍ରା ନ କରିବା ଲାଗି ଗଜପତି ମହାରାଜା ବାରମ୍ବାର କହିଛନ୍ତି। ଏହା ସତ୍ତ୍ବେ ଇସ୍କନ ପକ୍ଷରୁ ମନଇଚ୍ଛା ରଥଯାତ୍ରା କରାଯାଉଛି। ସେମାନେ ରଥଯାତ୍ରାକୁ ବ୍ୟବସାୟ ବୋଲି ଭାବୁଛନ୍ତି। ରାଜ୍ୟ ସରକାର ଏ ଦିଗରେ ଆଇନ ଆଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର ବୋଲି ରାମଚନ୍ଦ୍ର ଦାବି କରିଛନ୍ତି। ସେହିପରି ଅଦିନିଆ ରଥଯାତ୍ରା ସମ୍ପର୍କରେ ଭୁବନେଶ୍ୱର ଇସ୍କନର ଲୋକସମ୍ପର୍କ ଅଧିକାରୀ ରାଧାକାନ୍ତ ଦାସଙ୍କୁ ପଚାରିବାରେ ସେ କହିଥିଲେ, ଆମେ ଚାହୁଁଛୁ ରଥଯାତ୍ରା ଗୋଟିଏ ସମୟରେ ସବୁଆଡେ ହେଉ। ହେଲେ ସେମାନେ ତାଙ୍କ ମନଇଚ୍ଛା କରୁଛନ୍ତି। ଇସ୍କନର ପ୍ରତ୍ୟେକ ମନ୍ଦିର ସ୍ବୟଂଚାଳିତ। ତେଣୁ ଆମେ କହିଲେ ସେମାନେ ଶୁଣୁନାହାନ୍ତି। ତଥାପି ବି ଆଜିର ରଥଯାତ୍ରା ନେଇ ଆମେ ସେମାନଙ୍କ ସହ କଥା ହୋଇଛୁ। ସେଠାକାର ସରକାର ଚାହିଁଲେ ହିଁ ଏହାକୁ ବନ୍ଦ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri