ଅଦିନିଆ ରଥଯାତ୍ରା ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ; ନିର୍ଦ୍ଧାରିତ ତିଥିରେ କରନ୍ତୁ: ଗଜପତି

ପୁରୀ ଅଫିସ,୧୦ା୯: ଅଦିନରେ ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ । ଆସନ୍ତା ନଭେମ୍ବର ୧୭ ତରିଖରେ ପଞ୍ଜାବ ଲୁଧିଆନାସ୍ଥିତ ଇସ୍କନ ପକ୍ଷରୁ ରଥଯାତ୍ରା ଅନୁଷ୍ଠିତ ହେଉଥିବା ଜଣାପଡିବା ପରେ ଏହାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିବାଦ କରାଯାଇଛି । ବିଭିନ୍ନ ସଙ୍ଗଠନ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ତେବେ ମଙ୍ଗଳବାର ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ନିର୍ଦ୍ଧାରିତ ତିଥିରେ ରଥଯାତ୍ରା ପାଳନ କରିବାକୁ ବିଶ୍ୱବାସୀଙ୍କୁ ସେ ପରାମର୍ଶ ଦେଇଛନ୍ତି । ଶ୍ରୀନଅର ପକ୍ଷରୁ ଜାରି ପ୍ରେସ୍‌ ବିଜ୍ଞପ୍ତିରେ ଗଜପତି ମହାରାଜା କହିଛନ୍ତି, ଶ୍ରୀଗୁଣ୍ଡିଚା ଯାତ୍ରା ସନାତନ ଶାସ୍ତ୍ର ଆଧାରିତ ପରମ୍ପରାରେ ହୋଇଥାଏ । ପ୍ରତିବର୍ଷ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁଣ୍ଡିଚା ଯାତ୍ରା ହୋଇଥାଏ । ରଥଯାତ୍ରା ସରିଲେ ଶ୍ରୀବିଗ୍ରହମାନେ ରତ୍ନସିଂହାସନ ବିଜେ କରିଥାନ୍ତି । ତ୍ରୟୋଦଶୀ କିମ୍ବା ଚତୁର୍ଦ୍ଦଶୀରେ ମହାପ୍ରଭୁ ରତ୍ନସିଂହାସନ ବିଜେ କରିଥାନ୍ତି । ବିଶ୍ୱର ସବୁ ଜଗନ୍ନାଥପ୍ରେମୀ ନିର୍ଦ୍ଧାରିତ ତିଥିରେ ଘୋଷଯାତ୍ରା କରନ୍ତୁ । ଶ୍ରୀମନ୍ଦିରର ପରମ୍ପରାକୁ ଉଲ୍ଲଂଘନ କରି ପବିତ୍ର ଯାତ୍ରା କରନ୍ତୁ ନାହିଁ ବୋଲି ଗଜପତି ମହାରାଜା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri