ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହା ପରଦିନ ସିଂହଦ୍ୱାରଠାରେ ତିନିରଥ ଉପରେ ଅନୁଷ୍ଠିତ ହେଉଛି ପବିତ୍ର ଅଧରପଣା ଭୋଗ। ରଥାରୂଢ ଠାକୁରମାନଙ୍କର ଅଧର ଉଚ୍ଚ ପର୍ଯ୍ୟନ୍ତ ସ୍ବତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ହେଉଥିବା ପଣାଭୋଗକୁ ଅଧରପଣା କୁହାଯାଏ।
ଏହି ଅଧରପଣା ଭୋଗ ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ପୂର୍ବେ ବାହୁଡ଼ା ଦଶମୀ ଦିନ ତିନିହାଣ୍ଡି, ଏକାଦଶୀ ତିଥିରେ ତିନିହାଣ୍ଡି, ଦ୍ୱାଦଶୀ ଦିନ ତିନିହାଣ୍ଡି ଏହିପରି ୯ ହାଣ୍ଡି ଏବଂ ଶ୍ରୀବଳଭଦ୍ରଙ୍କ ରଥରେ ରାମ ଓ କୃଷ୍ଣଙ୍କ ଉଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଏବଂ ଶ୍ରୀଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ପାଇଁ ୧ ହାଣ୍ଡି (ସାନ) କ୍ରମରେ ସମୁଦାୟ ୧୨ହାଣ୍ଡି ଅଧରପଣା ଭୋଗ ହେଉଥିଲା। କିନ୍ତୁ ସମ୍ପ୍ରତି ତିନିରଥ ପାଇଁ କେବଳ ଗୋଟିଏ ଦିନରେ ସମୁଦାୟ ୯ ହାଣ୍ଡି ଅଧରପଣା ଭୋଗ ହେଉଛି। ରାଘବଦାସ ମଠ, ବଡ଼ଓଡ଼ିଆ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ୩ଟି ଲେଖାଏ ଅଧରହାଣ୍ଡି ଓ ପଣା ସାମଗ୍ରୀ ଯୋଗାଉଛନ୍ତି।

ରଥ ଉପରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧରପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ । ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ ଓଡ଼ିଆ ମଠ ପ୍ରଦତ୍ତ ଛେନା, ସର, କଦଳୀ, ଛାଚି, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ ପ୍ରଭୃତି ପଣା ସାମଗ୍ରୀ ପାଳିଆ ମହାସୁଆର ରଥ ଉପରେ ରଖନ୍ତି । ପ୍ରତି ଠାକୁରଙ୍କ ସମ୍ମୁଖରେ ଭୋଗ ହେଉଥିବା ସ୍ଥାନରେ ମହାପ୍ରଭୁଙ୍କ ଶ୍ରୀଅଧରକୁ ପାଇବା ଭଳି ଉଚ୍ଚ ଥିବା ତୁମ୍ବାକାର ମୃତ୍ତିକା ନିର୍ମିତ ତିନିଗୋଟି ହାଣ୍ଡି ରଖାଯାଏ। କିନ୍ତୁ ପ୍ରତ୍ୟେକ ହାଣ୍ଡି ସମାନ ମାପର ହୋଇ ନ ଥାଏ। ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ୱାର ଛାଉଣି ମଠ ସମ୍ମୁଖସ୍ଥ କୂପରୁ ଗରା ମାନଙ୍କରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତ୍ତଳ ହଣ୍ଡାରେ ରଖିଥାନ୍ତି। ଜଣାଯାଏ, ପୂର୍ବେ ଅଧରପଣା ପାଇଁ ଆବଶ୍ୟକ ଜଳ ରାଧାବଲ୍ଲଭ ମଠ କୂପରୁ ଆସୁଥିଲା। ପରବର୍ତ୍ତୀ ସମୟରେ ସିଂହଦ୍ୱାର ସମ୍ମୁଖ କୂପରୁ ଏହି ଜଳ ଅଣାଯାଉଛି। କୂପରୁ ଜଳ ବୋହିବା ସମୟରେ ମନ୍ଦିର ଚର୍ଚ୍ଚା ଓ ବରକନ୍ଦାଜ କର୍ମଚାରୀମାନେ ଆଗରେ ଗୁଆ ଖୋଳପା ଧରି ଲୋକଙ୍କୁ ଆଡ଼େଇଥାନ୍ତି, ଯେପରି କେହି ପବିତ୍ର ଜଳକୁ ସ୍ପର୍ଶ କରିପାରିବେ ନାହିଁ। ଅଧରପଣା ଭୋଗ ହେବା ପୂର୍ବରୁ ମହାସୁଆରମାନେ ଥାଇ ଭିତରଚ୍ଛ, ତଳିଚ୍ଛ ଓ ପାଳିଆ ପୁଷ୍ପାଳକ ଅଧର ଆଗରେ ଖଣ୍ଡେ ନୂଆ ଗାମୁଛା ଟେରା ଧରିଥାନ୍ତି। ଅଧରପଣା ହାଣ୍ଡି ଉପରେ ଖଣ୍ଡେ ଲେଖାଏ ଧଳା କରିଆ (ଜାଲି କନା) ପକାଯାଏ। ପବିତ୍ର ଜଳକୁ ଛାଣିବା ଉଦ୍ଦେଶ୍ୟରେ ଏହା ପକାଯାଇଥାଏ। ମହାସୁଆରମାନେ ପ୍ରତି ରଥ ଉପରେ ଅଧରହାଣ୍ଡିରେ ପଣା ପ୍ରସ୍ତୁତ କରିଥାନ୍ତି। ଏହାକୁ ପତ୍ରୀବଡୁ, ସୁଆରବଡ଼ୁ, ଗରାବଡ଼ୁ ପାଳିଆ ସେବକ ତିନିରଥ ଉପରେ ପୂଜାର୍ଚ୍ଚନା କରନ୍ତି। ଏହାପରେ ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ଭୋଗ ଲଗାଇଥାନ୍ତି। ଭୋଗ ହେବା ପରେ ଠାକୁରମାନଙ୍କ ସମ୍ମୁଖରେ ଏହି ପାତ୍ରମାନଙ୍କୁ ଭାଙ୍ଗି ଦିଆଯାଏ। ଜନଶ୍ରୁତିରୁ ଜଣାଯାଏ ତିନିରଥ ଉପରେ ଠାକୁରମାନଙ୍କୁ ଅର୍ପିତ ଅଧରପଣା ଭୋଗ ରଥର ପାର୍ଶ୍ୱ ଦେବଦେବୀ, ଅନ୍ୟାନ୍ୟ ଚଣ୍ଡୀ ଚାମଣ୍ଡା ଓ ଅଶରୀରୀମାନଙ୍କ ପାଇଁ ଉଦ୍ଦିଷ୍ଟ। କାରଣ ସଚରାଚର ବିଶ୍ୱ ବ୍ରହ୍ମାଣ୍ଡର ହିତ ସାଧନ ନିମନ୍ତେ ମହାପ୍ରଭୁ ନବଦିନାତ୍ମକ ଯାତ୍ରା କରିଥାନ୍ତି। ଏହି ଚଣ୍ଡୀ ଚାମୁଣ୍ଡା ପ୍ରଭୃତିଙ୍କ ପାଇଁ ସମର୍ପଣର ପ୍ରଥା ନାହିଁ। ଏଣୁ ଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ସେମାନଙ୍କୁ ତୃପ୍ତ କରିବା ପାଇଁ ଏଭଳି ବିଧାନ ବହୁ ପ୍ରାଚୀନ କାଳରୁ ରହିଆସିଛି। ଏଥିପାଇଁ ଅଧରପଣା ହାଣ୍ଡିମାନଙ୍କୁ ରଥ ଉପରେ ଭାଙ୍ଗି ଦିଆଯାଏ। ଏହି କାରଣରୁ ସାଧାରଣତଃ ଅନ୍ୟ କେହି ଏହି ଅମୃତୋପମ ପଣାକୁ ସେବନ କରି ନ ଥାନ୍ତି ବୋଲି ଡ. ଦାଶ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri