ଅଧାବାଟରେ ଛାଡ଼ି ପଳାଇଲେ ପ୍ରେମିକ

ପରଜଙ୍ଗ, ୨୨।୮(ଡି.ଏନ.ଏ.) – ପ୍ରେମ ପ୍ରତାରଣାର ଶିକାର ହୋଇଥିବା ଜଣେ ବିବାହିତା ମହିଳା ସ୍ତ୍ରୀ ମାନ୍ୟତା ଦାବିରେ ତାଲା ଭାଙ୍ଗି ଅଭିଯୁକ୍ତ ପ୍ରେମିକଙ୍କ ଘରେ ପଶିବା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଥାନାରେ ବିଧିବଦ୍ଧ ଭାବେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ଲୋଧଣୀ ଗ୍ରାମର ଜିତୁ ସାହୁ ଏବଂ ସମ୍ପୃକ୍ତ ଯୁବତୀଙ୍କ ମଧ୍ୟରେ ୫ବର୍ଷ ହେଲା ପ୍ରେମ ସମ୍ପର୍କ ଥିଲା। ହେଲେ ଗତ ଜୁନ୍‌ ୨୯ରେ ଯୁବତୀଙ୍କ ବିବାହ ଅନ୍ୟତ୍ର ହୋଇଯାଇଥିଲା। ବିବାହର ପଞ୍ଚମ ଦିନ ସମ୍ପୃକ୍ତ ଯୁବତୀ ଶାଶୁଘରୁ ଜିତୁଙ୍କ ସହ ଫେରାର ହୋଇଯାଇଥିଲେ। ଏହାପରେ ଉଭୟେ ଜଣେ ସମ୍ପର୍କୀୟ ଘରକୁ ପଳାଇଥିଲେ। ପ୍ରେମିକାଙ୍କୁ ସେଠାରେ ଛାଡ଼ି ଜିତୁ ଗ୍ରାମକୁ ପଳାଇ ଆସି ଘଟଣା ବିଷୟରେ କିଛି ଜାଣି ନ ଥିବା ଅଭିନୟ କରିଥିଲେ। ଏହାର କିଛିଦିନ ପରେ ପ୍ରେମିକାଙ୍କୁ ଧରି ହାଇଦ୍ରାବାଦ ପଳାଇଥିଲେ। ସେଠାରେ ମାସେ ରହିବା ପରେ ପୁଣି ସମ୍ପର୍କୀୟଙ୍କ ଘରକୁ ଆସିଥିଲେ। କିଛିଦିନ ରହିବା ପରେ ଭୁବନେଶ୍ୱରରେ ବିବାହ କରିବାକୁ କହି ପ୍ରେମିକାଙ୍କୁ ଧରି ଚାଲିଯାଇଥିଲେ। ହେଲେ ମନ୍ଦିର ପାଖରେ ଛାଡ଼ିଦେଇ ଜିତୁ ଫେରାର ହୋଇଯାଇଥିବା ପୀଡ଼ିତା ଅଭିଯୋଗ କରିଛନ୍ତି। ଜିତୁଙ୍କୁ ନ ପାଇ ଯୁବତୀ ଜଣକ ଘରକୁ ଫେରି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଅବଗତ କରାଇଥିଲେ। ଏହାପରେ ଅଗଷ୍ଟ ୧୭ରେ ସେ ବିଧିବଦ୍ଧ ଭାବେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri