ଅଧାବାଟରେ ଶ୍ରୀଜୀଉ

ନୀଳଗିରି, ୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତୃତୀୟ ଶ୍ରୀକ୍ଷେତ୍ରରେ ଶୁକ୍ରବାର ଆୟୋଜିତ ରଥଯାତ୍ରାରେ ଶ୍ରୀଜୀଉ ଭକ୍ତଙ୍କ ଗହଣରେ ଆସି ଅଧା ବାଟ ପୋଷ୍ଟ ଅଫିସ ନିକଟରେ ଅଟକିଛନ୍ତି। ସେଠାରେ ଚର୍ତୁଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥରେ ରାତ୍ରିଯାପନ କରିବେ। ଶନିବାର ଅପରାହ୍ନରେ ଶ୍ରୀଜୀଉ ରଥରେ ଆସି ମାଉସୀମା’ ମନ୍ଦିରରେ ବିଜେ କରିବେ ବୋଲି ସହକାରୀ ପୂଜକ ହରିବନ୍ଧୁ କର କହିଛନ୍ତି। ଆଦି ରାଜପରିବାରର ସେବକ ଜୟନ୍ତ ଚନ୍ଦ୍ର ମର୍ଦ୍ଦରାଜ ରଥରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବା ପରେ ରଥ ଟଣା ଆରମ୍ଭ ହୋଇଥିଲା।
ସ୍ଥାନୀୟ ତହସିଲଦାର ସୁଶ୍ରୀତା ଟୁଡୁ ମାଜିଷ୍ଟ୍ରେଟ୍‌ ଭାବେ ରଥ ପରିଚାଳନା ଦାୟିତ୍ୱରେ ରହିଥିଲେ। ଅପରାହ୍ନରେ ମାଜିଷ୍ଟ୍ରେଟ୍‌ ଆନୁଷ୍ଠାନିକ ଭାବେ ପତାକା ହଲାଇ ରଥ ଟାଣିବା ପାଇଁ ଭକ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହରିବୋଲ, ହୁଳହୁଳି, ଭଜନକୀର୍ତ୍ତନ, ଶଙ୍ଖଧ୍ୱନି ଭିତରେ ଭକ୍ତମାନେ ଆନନ୍ଦ ଉଲ୍ଲାସରେ ରଥ ଟାଣିଥିଲେ ା ମନ୍ଦିର ନିକଟରୁ ମାତ୍ର ୨ଶହ ଫୁଟ୍‌ ପର୍ଯ୍ୟନ୍ତ ରଥ ଆସି ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଅଟକି ରହିଥିଲା। ଫଳରେ ରଥ ଟଣାରେ ବିଳମ୍ବ ହୋଇଥିଲା। ରାସ୍ତା ସ୍ବାଭାବିକ ହେବା ପରେ ଶ୍ରୀଜୀଉଙ୍କ ରଥକୁ ଭକ୍ତମାନେ ଟାଣି ଆଣି ଅଧା ବାଟ ପୋଷ୍ଟଅଫିସ ନିକଟରେ ପହଞ୍ଚାଇଥିଲେ। ପାଗ ଅନୁକୂଳ ଥିବାରୁ ସ୍ଥାନୀୟ ଗଡ଼ଜାତ ସମେତ ଜିଲା ତଥା ପଡ଼ୋଶୀ ଜିଲାରୁ ୫୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ସେହିପରି ସୂଚନା ଲୋକ ସମ୍ପର୍କ ବିଭାଗ ତରଫରୁ ଜନସୂଚନା ଚିକିତ୍ସାଳୟ ପକ୍ଷରୁ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର, ରଥ ଦାଣ୍ଡରେ ଅଗ୍ନିସେବା କର୍ମଚାରୀ ଼ଉଦ୍ଧାରକାରୀ ଦଳ ଭାବେ ନିୟୋଜନ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୟାଙ୍କର ସାହାଯ୍ୟରେ ପାନୀୟ ଜଳ ଯୋଗାଇ ଦିଆଯାଇଥିଲା। ସନ୍ଧ୍ୟାରେ ନବଯୌବନ ଭଜନସନ୍ଧ୍ୟା କମିଟି ତରଫରୁ ସ୍ନାନ ମଣ୍ଡପରେ ସାଂସ୍କୃତିକ କାଯର୍‌ୟକ୍ରମ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି। ପ୍ରଥମ ଦିନ ରଥଟଣା ଶାନ୍ତି ଶୃଙ୍ଖଳା ସହ ହୋଇଥିବାର ଠାକୁର ମାହଲ ପକ୍ଷରୁ କୁହାଯାଇଛି। ଏହି ଅବସରରେ ଜିଲା ଏସ୍‌ପି ବି. ଯୁଗଳ କିଶୋର କୁମାରଙ୍କ ସମେତ ସ୍ଥାନୀୟ ପୋଲିସ ଓ ପ୍ରଶାସନ ଅଧିକାରୀ ନିର୍ବାଚିତ ଜନପ୍ରତିନିଧି ରଥ ଟଣାରେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri