Posted inବରଗଡ଼

ଅଧା ବାଟେ ଛାଡ଼ିଦେଲା ବସ୍‌: ହଟହଟା ହେଲେ ୨୩ ଶ୍ରମିକ

ବରଗଡ଼ ଅଫିସ୍‌,୮।୫-ଗଞ୍ଜାମ ଜିଲା ଭଞ୍ଜନଗରରୁ ବରଗଡ଼କୁ ଫେରୁଥିବା ଶ୍ରମିକଙ୍କୁ ହଟହଟା ହେବାକୁ ପଡ଼ିଛି। ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୨୩ ଜଣ ଶ୍ରମିକଙ୍କୁ ବରଗଡ଼ ଜିଲା ପାଇକମାଲ ବ୍ଲକ କାଂସଡ଼ା ଅଞ୍ଚଳର ସେମାନଙ୍କ ଘରକୁ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଥିଲା। ମାତ୍ର ବସ୍‌ଟି ଗୁରୁବାର ବିଳମ୍ବିତ ରାତିରେ ଅଧାବାଟେ ଅର୍ଥାତ୍‌ ଶ୍ରମିକଙ୍କ ଘରଠାରୁ ପ୍ରାୟ ଦେଢ଼ଶହ କି.ମି ଦୂର ବରପାଲିରେ ଓହ୍ଲାଇ ଦେଇ ଚାଲି ଯାଇଥିଲା। ଏହାପରେ ଶ୍ରମିକମାନେ ଚାଲିଚାଲି ବିଜେପୁର ଦେଇ ସେମାନଙ୍କ ଘରକୁ ଫେରୁଥିବା ଅର୍ଜୁନ ସାହୁ ନାମକ ଜଣେ ଯୁବକ ଦେଖିବାକୁ ପାଇଥିଲେ। ପରେ ସେ ଶ୍ରମିକମାନଙ୍କୁ ବିସ୍କୁଟ ଆଦି ଖାଇବାକୁ ଦେବା ସହିତ ଘଟଣା ସମ୍ପର୍କରେ ବିଜେପୁର ବିଡିଓ ପଦ୍ମନାଭ ସାମନ୍ତରାୟଙ୍କୁ ସୂଚନା ଦେଇଥିଲେ। ଖବରପାଇ ବିଡିଓ ଘଟଣାସ୍ଥଳରେ ପହଞ୍ଚି ଏକ ସରକାରୀ ବସ୍‌ ଯୋଗେ ସେମାନଙ୍କୁ ନିଜ ନିଜ ଘରକୁ ପଠାଇବା ପାଇଁ ବ୍ୟବସ୍ଥା କରିଥିଲେ। ସାମାଜିକ କର୍ମୀ ଦିବସ କୁମାର ସାହୁ, କିରଟୀ ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri