ଅଧା ହେଲା ଆଇପିଏଲ ଚାମ୍ପିୟନ ପୁରସ୍କାର ରାଶି

ନୂଆଦିଲ୍ଲୀ,୪ା୩(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚଳିତବର୍ଷର ଆଇପିଏଲ ଚାମ୍ପିୟନ ଓ ଉପବିଜେତାଙ୍କ ପୁରସ୍କାର ରାଶି ଅଧା କାଟ କରିବାକୁ ନିଷ୍ପତ୍ତି ନେଇଛି। ଏ ନେଇ ବିସିସିଆଇ ଏକ ସର୍କୁଲାର ଜରିଆରେ ସମସ୍ତ ଆଇପିଏଲ ଫ୍ରାଞ୍ଚାଇଜ ସୂଚନା ଦେଇଛି। ଆଇପିଏଲ ଚାମ୍ପିୟନ ଦଳକୁ ୨୦ କୋଟି ଟଙ୍କା ପରିବର୍ତ୍ତେ ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଆର୍ଥିକ ପୁରସ୍କାର ପୁନଃ ଧାର୍ଯ୍ୟ କରାଯାଇଛି। ଚାମ୍ପିୟନ ଦଳକୁ ୨୦ କୋଟି ବଦଳରେ ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଉପବିଜେତା ଦଳକୁ ୬.୨୫ କୋଟି ମିଳିବ। ପୂର୍ବରୁ ରନର୍ସଅପ୍‌ ଦଳକୁ ୧୨.୫ କୋଟି ଟଙ୍କା ଦିଆଯାଉଥିଲା ବୋଲି ବିସିସିଆଇ ସକ୍ୟୁଲାରରେ ପ୍ରକାଶ କରାଯାଇଛି। କ୍ୱାଲିଫାୟର୍ସରେ ପରାସ୍ତ ହୋଇଥିବା ଦୁଇ ଦଳକୁ ୪.୩ କୋଟି ଲେଖାଏ ଦିଆଯିବ। ସମସ୍ତ ଫ୍ରାଞ୍ଚାଇଜ ଭଲ ଆୟ କରୁଛନ୍ତି। ଆୟ କରିବା ପାଇଁ ସେମାନଙ୍କ ନିକଟରେ ସ୍ପନଶରଶିପ ଭଳି ଅନ୍ୟ ବାଟ ରହିଛି ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। ପ୍ରତ୍ୟେକ ଆଇପିଏଲ ମ୍ୟାଚ୍‌ ଆୟୋଜନ ଲାଗି ବିସିସିଆଇ ଓ ଫ୍ରାଞ୍ଚାଇଜ ରାଜ୍ୟ ଆସୋସିଏଶନ ୫୦ ଲକ୍ଷ ଲେଖାଏ ଏକ କୋଟି ଟଙ୍କା ପ୍ରଦାନ କରିବେ। ଏହା ବ୍ୟତୀତ ବିସିସିଆଇର ମଧ୍ୟ ସ୍ଥରୀୟ କର୍ମଚାରୀ ବିମାନ ଉଡାଣର ୮ ଘଣ୍ଟାରୁ କମ୍‌ ସମୟରେ ଏସିଆନ ଦେଶ (ବାଂଲାଦେଶ, ଶ୍ରୀଲଙ୍କା, ୟୁଏଇ) ପାଇଁ ଆଉ ବିମାନରେ ବିଜନେସ କ୍ଲାସରେ ଯାତ୍ରା କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri