ଅଧିକାଂଶ ଯୁବପିଢ଼ି ହୃଦ୍‌ରୋଗର ଶିକାର ହେଉଛନ୍ତି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପରିସରରେ ଶୁକ୍ରବାର ‘ବିଶ୍ୱ ହୃଦୟ ଦିବସ’ ଅବସରରେ ଦୁଇଦିନିଆ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱରର ହୃଦ୍‌ରୋଗ ବିଶେଷଜ୍ଞ ଡା. ପ୍ରଶାନ୍ତ ସାହୁ, ଏଫ୍‌ଆଇଏଏମ୍‌ଏସ୍‌ ଇଣ୍ଟରନ୍ୟାଶନାଲ୍‌ ମେଡିସିନ୍‌ ସ୍ପେଶାଲିଷ୍ଟ ଡା. ବିଜୟ ମିଶ୍ର, କ୍ୟାପିଟାଲ ହସ୍ପିଟାଲ ବିଭାଗୀୟ ମୁଖ୍ୟ ତଥା ଏଫ୍‌ଆଇସିସି ହୃଦ୍‌ରୋଗ ବିଶେଷଜ୍ଞ ଡା. ରାମଭଟ୍‌ଲା ସୂର୍ଯ୍ୟ ନାରାୟଣ ମୂର୍ତ୍ତି, କିମ୍ସର ଇମ୍ୟୁନୋଲଜିଷ୍ଟ୍‌ ଡା. ସାକିର ଅହମ୍ମଦ, ଆୟୁର୍ବେଦିକ ଡା. ଅମ୍ବିକା ପ୍ରସାଦ ନାୟକ ପ୍ରମୁଖ ଅତିଥିଭାବେ ଯୋଗଦେଇ ହୃତ୍‌ପିଣ୍ଡର ଯତ୍ନ ଓ ସୁରକ୍ଷା ବିଷୟରେ କହିଥିଲେ। ବର୍ତ୍ତମାନ ସମୟରେ ଅଧିକାଂଶ ଯୁବବର୍ଗ ହୃଦ୍‌ରୋଗର ଶିକାର ହେଉଛନ୍ତି। ସେଥିପାଇଁ ସୁଷମ ଖାଦ୍ୟ, ସବୁଜ ପନିପରିବା, ଫଳ ଖାଇଲେ ଏହି ରୋଗରୁ ରକ୍ଷା ମିଳିବ ବୋଲି ଅତିଥିମାନେ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଚିତ୍ରକଳା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri