ଅଧିକାରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ

ବଇଣ୍ଡା, ୬ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଭାଗୃହଠାରେ ବୁଧବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥିଭାବେ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ପରେଶ ଦେଓ, ବିଡିଓ ଅମୃତା ପ୍ରିୟମ୍ବଦା, ବ୍ଲକ ଉପାଧ୍ୟକ୍ଷ ସୁନୀଲ କୁମାର ପ୍ରଧାନ, ସହକାରୀ ନିର୍ବାହୀଯନ୍ତ୍ରୀ ସୁନୀଲ କୁମାର ସିଂ, ଜିପିଓ ସୁଜାତା ତ୍ରିପାଠୀ, ଜିଲା ପରିଷଦ ସଦସ୍ୟ ଅର୍ଜୁନ କୁମାର ପାଣ୍ଡେଙ୍କ ସମେତ ୨୩ଟି ପଞ୍ଚାୟତର ସମିତି ସଭ୍ୟ, ସରପଞ୍ଚ ଯୋଗ ଦେଇଥିଲେ। ତେବେ ବୈଠକରେ ବିଦ୍ୟୁତ୍‌ ଓ ବନ ବିଭାଗର କୌଣସି ଅଧିକାରୀ ଉପସ୍ଥିତ ନ ଥିବାରୁ ଜନ ପ୍ରତିନିଧିଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ମନଇଚ୍ଛା ବିଲ୍‌ ଆଦାୟ କରୁଥିବା, ଭୁଲ ଥିବା ବିଲ୍‌ଗୁଡିକ ସଂଶୋଧନ କରୁ ନ ଥିବା ଆଦି ନେଇ ସରପଞ୍ଚମାନେ ଅଭିଯୋଗ ଆଣିଥିଲେ। ସେହିପରି ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଯୋଗୁ ଚାଷ ନଷ୍ଟ ହେଉଥିବାବେଳେ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକାର କରାଯାଉ ନ ଥିବା ଏପରିକି ସଚେତନତା କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଉ ନ ଥିବା ନେଇ ସମିତି ସଭ୍ୟମାନେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ଜିଲାପାଳ ଓ ବିଭାଗୀୟ ମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରାଯିବ ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏଥିସହ ବଇଣ୍ଡା କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ ଜମିରେ ସ୍କୁଲ ଗୃହ ନିର୍ମାଣ କରାଯିବାକୁ ଥିବାବେଳେ ସେଠାରେ ରାସ୍ତା ନିର୍ମାଣ କରୁଥିବା ଠିକାସଂସ୍ଥା ବିଳମ୍ବ କରୁଥିବା ସରପଞ୍ଚ ଜଳଧର ସାହୁ ଅଭିଯୋଗ କରିଥିଲେ। କଦଳୀମୁଣ୍ଡା, ଜାମ୍ବୁନାଳୀଠାରେ ନୂତନ ଅଙ୍ଗନଓ୍ବାଡି ଗୃହ ନିର୍ମାଣ ପାଇଁ ବୈଠକରେ ଦାବି ହୋଇଥିଲା। ଏଥିସହ ସ୍ବାସ୍ଥ୍ୟ, ରାସ୍ତାଘାଟ, ପାନୀୟଜଳ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା।
ଏ ସମ୍ପର୍କରେ ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରା କୁହନ୍ତି, ପଞ୍ଚାୟତ ସମିତି ବୈଠକରେ ବନ ବିଭାଗ କର୍ମଚାରୀଙ୍କ ଅନୁପସ୍ଥିତିକୁ ନେଇ ମୋ ପାଖରେ ଖବର ନାହିଁ। ଏହାର ତଦନ୍ତ କରାଯିବ। ବାମୁର ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ଉମାକାନ୍ତ ବେହେରା କହିଛନ୍ତି, ବୈଠକ ସମ୍ପର୍କରେ ମୋ ପାଖରେ ସୂଚନା ନାହିଁ। ତେଣୁ ଯୋଗ ଦେଇପାରିନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri