ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ବିରୋଧୀ କହିଲେ ଲୋକଦେଖାଣିଆ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଜଣଙ୍କୁ ବରଖାସ୍ତ କରିଥିଲେ। ନିକଟରେ ସରକାର ଅନେକ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିସାରିଛନ୍ତି। ରାଜ୍ୟ ପ୍ରଶାସନରେ ସ୍ବଚ୍ଛତା ଆଣିବା ପାଇଁ ଏହି ପ୍ରୟାସ କରାଯାଉଥିବା କୁହାଯାଇଛି। ହେଲେ ବିରୋଧୀ ଏପରି ପଦକ୍ଷେପକୁ ‘ଧର୍ମକୁ ଆଖିଠାର’ ବୋଲି କହିଛନ୍ତି। ତୃଣମୂଳସ୍ତରୀୟ ପ୍ରଶାସନିକ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉଛି, କିନ୍ତୁ ବଡ଼ ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ଛାଡ଼ି ଦିଆଯାଉଥିବା ବିରୋଧୀ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଏପରି ଅଭିଯୋଗକୁ ଶାସକ ଦଳ ପକ୍ଷରୁ ଖଣ୍ଡନ କରାଯାଇଛି। ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ସରକାର ବଡ଼ମାଛଙ୍କୁ ଧରୁନାହାନ୍ତି। ସେମାନଙ୍କୁ ପ୍ରଶ୍ରୟ ଦେଉଛନ୍ତି, ଲୋକଦେଖାଣିଆ ଭାବେ କେତେଜଣ ତଳିଆ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। ତେଣୁ ସରକାର ଦୁର୍ନୀତିଗ୍ରସ୍ତ ବଡ଼ବାବୁମାନଙ୍କୁ ଧରନ୍ତୁ ବୋଲି ପୃଥ୍ବୀରାଜ କହିଛନ୍ତି। କଂଗ୍ରେସ ମଧ୍ୟ ସରକାରଙ୍କ ଏପରି କାର୍ଯ୍ୟାନୁଷ୍ଠାନକୁ ସମାଲୋଚନା କରିଛି। ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି ଯେ, ରାଜ୍ୟ ସରକାର ଦୁର୍ନୀତିରେ ବୁଡ଼ି ରହିଛନ୍ତି। ଉପରକୁ ନିଜର ସ୍ବଚ୍ଛ ଚେହେରା ଦେଖାଇବା ପାଇଁ ଏପରି କାର୍ଯ୍ୟ କରୁଛନ୍ତି। ତଳିଆ କର୍ମଚାରୀଙ୍କ ଭଳି ଅସାଧୁ ବଡ଼ ଅଧିକାରୀଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜୟଦେବ ପ୍ରଶ୍ନ କରିଛନ୍ତି। ଅପରପକ୍ଷରେ ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ ପାତ୍ର ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସସ୍ମିତ କହିଛନ୍ତି ଯେ, ଆଗକୁ ବିଜେପୁର ଉପନିର୍ବାଚନ ରହିଛି। ଲଗାତର ବିକାଶମୂଳକ କାର୍ଯ୍ୟ ସହ ଦୁର୍ନୀତିଖୋରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସରକାରଙ୍କୁ ଅଧିକ ଲୋକପ୍ରିୟ କରିଛି। ତେଣୁ ଉପନିର୍ବାଚନରେ ନିଶ୍ଚିତ ପରାଜୟ ଜାଣି ଭାଜପା ଏପରି ସବୁ ମନ୍ତବ୍ୟ ଦେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ର କାର୍ଯ୍ୟକାରିତା ପ୍ରଶାସନକୁ ଆହୁରି ସୁଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri