ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ:ରାସ୍ତା ମରାମତି ପରେ ଉଚ୍ଛେଦ ହେଉ

ବଇଣ୍ଡା,୧୦।୯(ଡି.ଏନ.ଏ.)କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୧୧, ୧୨, ୧୩ ତାରିଖରେ ଉଚ୍ଛେଦ ପ୍ରକ୍ରିୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଏ ନେଇ ସୋମବାର ନୁନୁକାପଶି ପଞ୍ଚାୟତ ସଭାଗୃହରେ କ୍ଷତିଗ୍ରସ୍ତ ପ୍ରଜା, ଗ୍ରାମବାସୀ ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଏକ ବୈଠକ ବସିଥିଲା। କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଶୋରନଗର ବିଇଓ ପ୍ରଦୀପ୍ତ କୁମାର ରଥ, ସେକ୍ସନ ଅଫିସର ଅଭିରାମ ସାଏ, ଏନ୍‌ଏଚଏଆଇର ଗନ୍ଧର୍ବ ସେନ ନାୟକ, ବିପିନ ବିହାରୀ ମିଶ୍ର, ହଣ୍ଡପା ଆଇଆଇସି ଲବ ବୋଡ଼ା, ବଇଣ୍ଡା ଆରଆଇ ଶିଶିର କୁମାର ଧଳସାମନ୍ତ, ନୁନୁକାପଶି ସରପଞ୍ଚ ଜଳଧର ସାହୁ, ବଇଣ୍ଡା ଗ୍ରାମ ସଭାପତି ଚିନ୍ତାମଣୀ ପ୍ରଧାନ, ସମ୍ପାଦକ ଜିତେନ୍ଦ୍ର ବେହେରା, ଆଇନଜୀବୀ ଅଞ୍ଜନ ପ୍ରଧାନ, ପ୍ରତାପ ପ୍ରଧାନଙ୍କ ସମେତ ଗ୍ରାମବାସୀ ଯୋଗ ଦେଇଥିଲେ।
ବଇଣ୍ଡା ଅଞ୍ଚଳରେ ୨୦୧୮ ମେ ୧୭, ୧୮ରେ ଉଚ୍ଛେଦ କରାଯାଇଥିବା ବେଳେ ଆଉ ୧୭ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୂରଣ ଦିଆଯାଇ ନ ଥିବା ଯୋଗୁ ଏହାକୁ ଭଙ୍ଗାଯାଇ ପାରିନାହିଁ। ସେଗୁଡ଼ିକୁ ଭାଙ୍ଗିବା ପାଇଁ ପ୍ରଶାସନ ପକ୍ଷରୁ ଦୀର୍ଘ ୧୩ ମାସ ପରେ ନିଷ୍ପତ୍ତି ନିଆଯାଇଛି। ଏହାକୁ ବଇଣ୍ଡା ଗ୍ରାମବାସୀ ସ୍ବାଗତ କରିଥିବାବେଳେ ଠିକାସଂସ୍ଥା ପକ୍ଷରୁ ରାସ୍ତା କାମ ବିଳମ୍ବ କରାଯାଉଥିବା ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୧୩ ମାସ ପୂର୍ବେ ବଇଣ୍ଡା ଛକରେ ଉଚ୍ଛେଦ କରାଯାଇଥିଲେ ମଧ୍ୟ ଠିକାସଂସ୍ଥା ଏକ ପ୍ରତିଶତ କାମ ଆରମ୍ଭ କରି ନାହିଁ। ଏଥିଯୋଗୁ ୪ ଶହ ଉଠା ଦୋକାନୀ ନିଜର ଜୀବିକା ହରାଇ ଘରେ ହାତ ବାନ୍ଧି ବସିଛନ୍ତି। ତରବରିଆ ଭାବେ ଉଚ୍ଛେଦ କରାଯାଇଥିବାବେଳେ ସେମାନଙ୍କୁ କ୍ଷତିପୂରଣ ଦିଆଯାଇ ନ ଥିବା ଅଭିଯୋଗ ହୋଇଛି। ଏହାସହ ଜାମ୍ବୁନାଳୀରୁ ବାମୁର ପର୍ଯ୍ୟନ୍ତ ଦୀର୍ଘ ୪୦ କିମି ରାସ୍ତା ଅତି କଦର୍ଯ୍ୟ ହୋଇପଡ଼ିଛି। ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ରାସ୍ତା ମରାମତି ପାଇଁ ଜିଲା ପ୍ରଶାସନ ପକ୍ଷରୁ ଠିକାସଂସ୍ଥାକୁ ନିର୍ଦ୍ଦେଶନାମା ରହିଥିଲେ ମଧ୍ୟ ମରାମତି କରାଯାଉ ନାହିଁ। ତୁରନ୍ତ ଉକ୍ତ ୪୦ କିମି ରାସ୍ତା ମରାମତି କରିବା ପରେ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ସେହିପରି କୌଣସି ଶିକ୍ଷାନୁଷ୍ଠାନ ନ ଭାଙ୍ଗିବା ପାଇଁ ପ୍ରଶାସନିକ ଅଧିକାରୀମାନେ ଠିକାସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri