ଅଧିକାରୀ, କର୍ମଚାରୀଙ୍କ ଅନୁପସ୍ଥିତିରେ ଅସନ୍ତୋଷ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) – ପ୍ରତି ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବାକୁ ସରକାରୀ ନିର୍ଦ୍ଦେଶ ଥିଲେ ମଧ୍ୟ ତାହାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଠିକ୍‌ ଭାବେ ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ମାତ୍ର ୭/୮ ଜଣ କର୍ମଚାରୀଙ୍କୁ ଛାଡିଦେଲେ ଅନ୍ୟମାନେ ସୋମବାର ବ୍ଲକ କାର୍ଯ୍ୟାଳୟରେ ଉପସ୍ଥିତ ନ ଥିବାରୁ ଆସିଥିବା ବହୁ ସଂଖ୍ୟକ ଜନସାଧାରଣ ନିରାଶ ହୋଇ ଫେରିଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।
ଅଭିଯୋଗରୁ ପ୍ରକାଶ ଯେ, ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟକୁ ସୋମବାର ବିଭିନ୍ନ ସମସ୍ୟା ନେଇ ଜନସାଧାରଣ ଆସିଥିଲେ। ଅଭିଯୋଗକାରୀମାନେ ସକାଳ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଅପେକ୍ଷା କରି ରହିଥିଲେ ମଧ୍ୟ ଅଧିକାରୀମାନଙ୍କ ଦେଖା ମିଳି ନ ଥିଲା। ଦୁଇ ଚାରି ଜଣ କିରାଣି ଓ ଜଣେ ଯନ୍ତ୍ରୀଙ୍କୁ ଛାଡିଦେଲେ ଅନ୍ୟ ଅଧିକାରୀମାନଙ୍କୁ ନ ପାଇ ସେମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଅଭିଯୋଗକାରୀମାନେ କହିଛନ୍ତି ଯେ, ବ୍ଲକ କାର୍ଯ୍ୟାଳୟକୁ କେଉଁ କର୍ମଚାରୀ ଠିକ୍‌ ସମୟରେ ଆସୁନାହାନ୍ତି। ନିଜ ସମସ୍ୟା ସମ୍ପର୍କରେ ଗୁହାରୀ କରିବାକୁ ଆସି ନିରାଶ ହେବାକୁ ପଡ଼ିଛି। ଅଧିକାଂଶ କର୍ମଚାରୀ ଆସି ନ ଥିବାବେଳେ କେତେକ ପ୍ରକୋଷ୍ଠରୁ ତାଲା ମଧ୍ୟ ଖୋଲାଯାଇ ନ ଥିଲା। ଅଧିକାରୀ ଓ କର୍ମଚାରୀମାନେ ସୋମବାର ବ୍ଲକ କାର୍ଯ୍ୟାଳୟରେ ଉପସ୍ଥିତ ନ ରହି ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ କରୁଛନ୍ତି। ଅଭିଯୋଗ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ କହିଛନ୍ତି, ବ୍ଲକ ଅଧ୍ୟକ୍ଷ ଚାହିଁଲେ ବି କୌଣସି ଅଧିକାରୀ ଓ କର୍ମଚାରୀମାନଙ୍କ କିଛି କରିପାରିବେ ନାହିଁ। ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ କହିଛନ୍ତି, ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଡିଓ ଉପସ୍ଥିତ ରହିବା କଥା। ଏ ନେଇ ବିଡିଓଙ୍କ ସହିତ ଆଲୋଚନା କରିବା ପରେ ମତାମତ ଦେବି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri