ଅଧିକ ଅଣ୍ଡା ଖାଇବା ଶରୀର ପାଇଁ ହାନିକାରକ

ପ୍ରୋଟିନ ଭରପୂର ଅଣ୍ଡା ସମସ୍ତେ ଖାଇବା ସ୍ବାସ୍ଥ୍ୟ ନିମନ୍ତେ ହିତକାରୀ। ୧୮ ମାସ କାନାଡାର ବିଶେଷଜ୍ଞ ଦଳ ଅନୁଧ୍ୟାନ କରିବା ପରେ ପ୍ରକାଶ କରିଛନ୍ତି, ଅଧିକ ପରିମାଣରେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ବିପଦ। ପ୍ରତିଦିନ ସକାଳ ଜଳଖିଆରେ ଗୋଟିଏ ଅଣ୍ଡା ଖାଇଲେ ତାହା ଶରୀରକୁ ଶକ୍ତି ଯୋଗାଇବା ସହ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଗୋଟିଏରୁ ଅଧିକ ଅଣ୍ଡା ଖାଇଲେ ତାହାର କୁପ୍ରଭାବ ପଡ଼ିଥାଏ।
୫ହଜାର ଲୋକଙ୍କୁ ସାମିଲ କରି କାନାଡାର ଗବେଷକଦଳ କରିଥିବା ଗବେଷଣାରେ ଜଣାପଡ଼ିଥିଲା ଯେ, ୭୦ପ୍ରତିଶତ ଲୋକ ନିୟମିତ ଗୋଟିଏ ଲେଖାଏଁ ଅଣ୍ଡା ଖାଇବା ସତ୍ତ୍ବେ ସେମାନଙ୍କର କୋଲେଷ୍ଟୋରଲ ସ୍ତର ବଢ଼ି ନ ଥିଲା। ଅନ୍ୟ ୩୦ପ୍ରତିଶତ ବ୍ୟକ୍ତି ଦୈନିକ ୨-୩ଟି ଅଣ୍ଡା ଖାଇବା କାରଣରୁ ସେମାନଙ୍କର ବିଭିନ୍ନ ଶାରୀରିକ ଅସୁବିଧା ଉପୁଜିଥିଲା। ଅଣ୍ଡାର ଅଧିକ ସେବନ ଦ୍ୱାରା ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ପରି ରୋଗର ମଧ୍ୟ ବିପଦରେ ପକାଇଥାଏ। ଦିନକୁ ୨ କିମ୍ବା ୩ଟିରୁ ଅଧିକ ଅଣ୍ଡା ଖାଇବା ଦ୍ୱାରା ଏହି ରୋଗ ହେବାର ସମ୍ଭାବନା ଥାଏ। ଉଚ୍ଚ ରକ୍ତଚାପ, ଡ଼ାଇବେଟିସ୍‌ କିମ୍ବା ହୃଦୟରୋଗୀମାନେ ଅଣ୍ଡାର ହଳଦିଆ ଅଂଶକୁ ଖାଇବା ଉଚିତ୍‌ ନୁହେଁ। ଏଥିରେ କୋଲେଷ୍ଟ୍ରୋଲ୍‌ ମାତ୍ରା ଅଧିକ ହେବା କାରଣରୁ ଆପଣଙ୍କ ପାଇଁ ହାନିକାରକ ମଧ୍ୟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri