ଅଧିକ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି ଦେବାକୁ ଦାବି

ହାଟଡିହୀ, ୧୬ା ୭ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ରହିଛି ୩୧ଟି ପଞ୍ଚାୟତ । ବିଭିନ୍ନ ଦୃଷ୍ଟି କୋଣରୁ ଏହି ବ୍ଲକ ଏକ ସମସ୍ୟା ବହୁଳ ଓ ଆଦିବାସୀ ଅଧ୍ୟୁସିତ ବ୍ଲକ ଭାବେ ଜଣାଶୁଣା ା ୩୧ଟି ପଞ୍ଚାୟତ ପାଇଁ ୧୮ ଜଣ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ଥିଲେ ।ମାତ୍ର ଗତ ଜୁନ ୧୩ ତାରିଖ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଏଠାରୁ ୫ଜଣ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କର ଅନ୍ୟତ୍ର ବଦଳି ହୋଇଥିଲା । ଅନୁରୂପ ଭାବେ ୪ଜଣ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କର ଏଠାକୁ ବଦଳି ହୋଇଛି । କମ ସଂଖ୍ୟକ ଅଧିକାରୀ ଥିବାରୁ ଜଣେ ଜଣେ ଅଧିକାରୀଙ୍କୁ ଦୁଇରୁ ତିନୋଟି ପଞ୍ଚାୟତ ଦାୟିତ୍ୱ ଦିଆଯାଉଛି । ଫଳରେ ଯୋଗାଣ ସାମଗ୍ରୀ ବଣ୍ଟନ, ଭତ୍ତା ବଣ୍ଟନ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ନାନା ବାଧା ସୃଷ୍ଟି ହେଉଥିବା ବେଳେ ଗୁରୁତର ସମସ୍ୟା ଉପୁଜୁଛି । ଏପରି ସ୍ଥିତିରେ ହାଟଡିହୀ ବ୍ଲକକୁ ଅଧିକ ସଂଖ୍ୟକ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି ଦେବାକୁ ଦାବି ହେଉଛି । ଯେହେତୁ ହାଟଡିହୀ ବ୍ଲକକୁ ୪ଜଣ ନୂଆ କାର୍ଯ୍ୟନିର୍ବାହୀ ଆସୁଥିବାରୁ ବ୍ଲକର ୫ଜଣଙ୍କର ବଦଳି ହୋଇଥିବା ସ୍ଥଳେ ବିଭିନ୍ନ ପ୍ରସଙ୍ଗକୁ ଦୃଷ୍ଟିରେ ରଖି ୫ଜଣଙ୍କୁ ରିଲିଭ୍‌ ନ କରି ୪ଜଣଙ୍କୁ ରିଲିଭ୍‌ କରିଛୁ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri