ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ରହିଛି ୩୧ଟି ପଞ୍ଚାୟତ । ବିଭିନ୍ନ ଦୃଷ୍ଟି କୋଣରୁ ଏହି ବ୍ଲକ ଏକ ସମସ୍ୟା ବହୁଳ ଓ ଆଦିବାସୀ ଅଧ୍ୟୁସିତ ବ୍ଲକ ଭାବେ ଜଣାଶୁଣା ା ୩୧ଟି ପଞ୍ଚାୟତ ପାଇଁ ୧୮ ଜଣ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ଥିଲେ ।ମାତ୍ର ଗତ ଜୁନ ୧୩ ତାରିଖ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଏଠାରୁ ୫ଜଣ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କର ଅନ୍ୟତ୍ର ବଦଳି ହୋଇଥିଲା । ଅନୁରୂପ ଭାବେ ୪ଜଣ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କର ଏଠାକୁ ବଦଳି ହୋଇଛି । କମ ସଂଖ୍ୟକ ଅଧିକାରୀ ଥିବାରୁ ଜଣେ ଜଣେ ଅଧିକାରୀଙ୍କୁ ଦୁଇରୁ ତିନୋଟି ପଞ୍ଚାୟତ ଦାୟିତ୍ୱ ଦିଆଯାଉଛି । ଫଳରେ ଯୋଗାଣ ସାମଗ୍ରୀ ବଣ୍ଟନ, ଭତ୍ତା ବଣ୍ଟନ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ନାନା ବାଧା ସୃଷ୍ଟି ହେଉଥିବା ବେଳେ ଗୁରୁତର ସମସ୍ୟା ଉପୁଜୁଛି । ଏପରି ସ୍ଥିତିରେ ହାଟଡିହୀ ବ୍ଲକକୁ ଅଧିକ ସଂଖ୍ୟକ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି ଦେବାକୁ ଦାବି ହେଉଛି । ଯେହେତୁ ହାଟଡିହୀ ବ୍ଲକକୁ ୪ଜଣ ନୂଆ କାର୍ଯ୍ୟନିର୍ବାହୀ ଆସୁଥିବାରୁ ବ୍ଲକର ୫ଜଣଙ୍କର ବଦଳି ହୋଇଥିବା ସ୍ଥଳେ ବିଭିନ୍ନ ପ୍ରସଙ୍ଗକୁ ଦୃଷ୍ଟିରେ ରଖି ୫ଜଣଙ୍କୁ ରିଲିଭ୍ ନ କରି ୪ଜଣଙ୍କୁ ରିଲିଭ୍ କରିଛୁ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଛି ।
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
ଖାଉଥିଲେ ପରିବାର ଲୋକେ: ହଠାତ୍ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…
ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍ ୬ଜଣ…
ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି
ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…
Archives

