ଅଧିକ ସମୟ ମାସ୍କ ପିନ୍ଧିଲେ ହାଇପରକେପନିଆ ହେବାର ରହିଥାଏ ଆଶଙ୍କା

ଡେରାଡୁନ୍‌,୩୦।୫: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ତେବେ ଅଧିକ ସମୟ ଧରି ମାସ୍କ୍‌ ପିନ୍ଧିବା ଦ୍ୱାରା ହାଇପରକେପନିଆ ହେବାର ଆଶଙ୍କା ରହିଥିବା ଉତ୍ତରଖଣ୍ଡ ଡୁନ୍‌ ହସ୍ପିଟାଲରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗବେଷକ କହିଛନ୍ତି ଯେ, କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଜରୁରୀ। କିନ୍ତୁ ଏହାକୁ ଲଗାତାର ଘଣ୍ଟା ଘଣ୍ଟା ଧରି ପିନ୍ଧିବା ଅନୁଚିତ। ଏହା ଦ୍ୱାରା ଆଖିକୁ ଭଲ ଭାବେ ଦେଖା ନ ଯିବା, ମୁଣ୍ଡ ବୁଲାଇବା, ମୁଣ୍ଡ ବିନ୍ଧିବା, ନିଶ୍ୱାସ ପ୍ରଶ୍ୱାସ ନେବାର ସମସ୍ୟା, ଉଚ୍ଚରକ୍ତଚାପ, ହୃଦ୍‌ ସ୍ପନ୍ଦନ ବଢ଼ିବା, ଝାଳ ବୋହିବା, ଅଚେତ ହୋଇ ପଡ଼ିବା ଆଦି ଲକ୍ଷଣ ଦେଖାଦେଇଥାଏ। ଏସବୁ ଲକ୍ଷଣକୁ ଡାକ୍ତରୀ ଭାଷାରେ ହାଇପରକେପନିଆ କୁହାଯାଇଥାଏ। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ଲୋକଙ୍କଠାରେ ଏଭଳି ସମସ୍ୟା ଅଧିକ ଦେଖିବାକୁ ମିଳିଥାଏ ବୋଲି ଡୁନ୍‌ ହସ୍ପିଟାଲର ଡାକ୍ତର କୁମାର ଜି. କୌଲ ସୂଚନା ଦେଇଛନ୍ତି। ଅଧିକ ସମୟ ମାସ୍କ ପିନ୍ଧିବା ଦ୍ୱାରା ଅଙ୍ଗାରକାମ୍ଳ ନିଶ୍ୱାସ ପ୍ରଶ୍ୱାସ ସମୟରେ ପୁଣିଥରେ ନାକବାଟେ ଫୁସଫୁସ୍‌କୁ ଯାଇଥାଏ। ଏହାଯୋଗୁ ହାଇପରକେପନିଆ ସମସ୍ୟା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ ଏକୁଟିଆ ରହିଥିବା ସମୟରେ ମାସ୍କ ବାହାର କରିଦେବା ଆବଶ୍ୟକ। ଏହା ସହିତ ମାସ୍କ ପିନ୍ଧି ଜଗିଂ ଅବା ବ୍ୟାୟାମ ନ କରିବା ଉଚିତ ବୋଲି ଡାକ୍ତର କୌଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri