ଅଧିକ ସମୟ ସୋସିଆଲ ମିଡିଆ ବ୍ୟବହାର ହାନିକାରକ, ବେଳ ଥାଉଥାଉ ହୋଇଯାଆନ୍ତୁ ସତର୍କ

ଆଜିକାଲିର ଜୀବନଶୈଳୀର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ସୋସିଆଲ ମିଡିଆ। ଆବାଳବୃଦ୍ଧବନିତା ଏହାର ପ୍ରେମରେ। ହେଲେ ଯଦି ଆପଣ ଆବଶ୍ୟକତାଠାରୁ ଅଧିକ ସମୟ ଏହାର ବ୍ୟବହାର କରୁଥାଆନ୍ତି, ତେବେ ସତର୍କ ହୋଇଯାଆନ୍ତୁ। ଏହା ଏକ କୁଅଭ୍ୟାସ। କାରଣ ଏହା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଅନେକ ପ୍ରକାରର ସ୍ବାସ୍ଥ୍ୟ ସମସ୍ୟା ଏହାଦ୍ୱାରା ସୃଷ୍ଟି ହୋଇପାରେ।

ଯେପରିକି:

ନିଦ ନହେବା: ବିଶେଷକରି ୧୦ରୁ ୧୨ ବର୍ଷର ଶିଶୁମାନେ ଏଭଳି ସମସ୍ୟା ଭୋଗିଥାଆନ୍ତି। ଏତେ ଛୋଟ ବୟସରୁ ସେମାନେ ସୋସିଆଲ ମିଡିଆ ପ୍ରତି ଆକର୍ଷିତ ହେବା ଦ୍ୱାରା ଅଧିକ ସମୟ ସେମାନେ ଏଠାରେ ହିଁ ବିତାଇଥାଆନ୍ତି, ଯାହାକି ଭଲ ନୁହେଁ। ଏଣୁ ପିଲାମାନଙ୍କୁ ଏସବୁକୁ ନେଇ ସଚେତନ କରାନ୍ତୁ।

ପ୍ରଭାବିତ ହୋଇଥାଏ ଦିନଚର୍ଯ୍ୟା: ସୋସିଆଲ ମିଡିଆରେ ଅଭିନେତ୍ରୀଙ୍କଠାରୁ ଆରମ୍ଭ କରି ମଡେଲମାନଙ୍କ ଦିନଚର୍ଯ୍ୟା ଓ ଶରୀର ଗଠନ ଉପରେ ନଜର ଆସିଥାଏ। ଫଳରେ ଅନେକେ ସେମାନଙ୍କ ଭଳି ନଜରକୁ ଆସିବାକୁ ଚେଷ୍ଟା କରିଥାଆନ୍ତି। ପତଳା ଶରୀର ପାଇବା ଲାଗି ଅନେକେ ଖାଇବା ଛାଡ଼ି ଦେଇଥାଆନ୍ତି, ନଚେତ ଖାଇବା କମ୍‌ କରିଦେଇଥାଆନ୍ତି। ଫଳରେ ଅନେକ ସମସ୍ୟା ଉପୁଜିଥାଏ।

ଈର୍ଷାଳୁ କରିଥାଏ: ସୋସିଆଲ ମିଡିଆ ଯୋଗୁ ଜଣେ ଅନ୍ୟ ଜଣକ ସହ ନିଜକୁ, ନିଜ ପରିସ୍ଥିତିକୁ ତୁଳନା କରିଥାଏ। ଫଳରେ ମାନସିକ ଅଶାନ୍ତି ସୃଷ୍ଟି ହୋଇଥାଏ। ମନରେ ଈର୍ଷାଳୁ ପ୍ରବୃତ୍ତି ବୃଦ୍ଧି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri