Posted inଜାତୀୟ

ଅଧିକ ହଇରାଣ କଲେ ପତ୍ନୀଙ୍କ ସହ ଆତ୍ମହତ୍ୟା କରିବି: ଭାଜପା ବିଧାୟକ

ବରେଲି,୧୩।୭: ଭାରତୀୟ ଜନତା ପାର୍ଟି ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ମିଶ୍ରା ଜଣେ ଦଳିତ ଯୁବକଙ୍କୁ ବିବାହ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସାକ୍ଷୀ ସୋସିଆଲ ମିଡିଆରେ ତାଙ୍କ ସୁରକ୍ଷାକୁ ନେଇ ଅନୁରୋଧ କରିଥିବା ବେଳେ ଅନ୍ୟପଟେ ତାଙ୍କ ପିତା ରାଜେଶ କହିଛନ୍ତି ଝିଅ ମୋ ସହ ଦଳିତ କାର୍ଡ ଖେଳୁଛି। ଆଉ ଏହି ବିବାହକୁ ନେଇ ଯଦି ତାଙ୍କୁ ଅଧିକ ହଇରାଣ କରାଯାଏ ତେବେ ସେ ପତ୍ନୀଙ୍କ ସହ ମିଶି ଆତ୍ମହତ୍ୟା କରିବେ। ସୂଚନାଯୋଗ୍ୟ, ସାକ୍ଷୀ ଜଣେ ଦଳିତ ଯୁବକଙ୍କୁ ବିବାହ କରିବା ପରେ ତାଙ୍କ ପରିବାର ଲୋକେ ଏହାକୁ ଗ୍ରହଣ କରି ନ ଥିଲେ। ଏମିତିକି ସାକ୍ଷୀ ତାଙ୍କ ସ୍ବାମୀଙ୍କ ସହ ରାଜ୍ୟ ବାହାରକୁ ଚାଲି ଯାଇଥିବା ବେଳେ ତାଙ୍କ ଜୀବନ ପ୍ରତି ବିପଦ ଦର୍ଶାଇ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଥିଲେ। ସେହି ଭିଡିଓରେ ଉଭୟ ସାକ୍ଷୀ ଓ ତାଙ୍କ ସ୍ବାମୀ କହିଥିଲେ କି ସାକ୍ଷୀଙ୍କ ପିତା ରାଜେଶ ମିଶ୍ରା ଓ ତାଙ୍କ ଭାଇ ତାଙ୍କୁ ମାରି ଦେବାକୁ ଚାହୁଁଛନ୍ତି। ତେଣୁ ତାଙ୍କୁ ସୁରକ୍ଷା ଦିଆଯାଉ। ଏହାକୁ ନେଇ ଗଣମାଧ୍ୟମ ରାଜେଶଙ୍କୁ ପ୍ରଶ୍ନ କରିବା ପରେ ରାଜେଶ ଏହାକୁ ଖଣ୍ଡନ କରିଥିଲେ। ଆଉ ଏହାକୁ ନେଇ ଯଦି ତାଙ୍କୁ ଅଧିକ କିଛି ପ୍ରଶ୍ନ କରାଯାଏ ବା ହଇରାଣ କରାଯାଏ ତେବେ ସେ ଆତ୍ମହତ୍ୟା ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri