Posted inଖେଳ

ଅଧିନାୟକ ପଦ ଛାଡ଼ିବାକୁ ପ୍ରସ୍ତୁତ ମାଲିଙ୍ଗା

କଲମ୍ବୋ, ୧୩।୧- ନିକଟରେ ଶେଷ ହୋଇଥିବା ଭାରତ ବିପକ୍ଷ ଟି୨୦ ସିରିଜକୁ ୦-୨ରେ ହାରିବା ପରେ ଶ୍ରୀଲଙ୍କା ଅଧିନାୟକ ପଦ ଛାଡ଼ିବାକୁ ଲସିଥ୍‌ ମାଲିଙ୍ଗା ପ୍ରସ୍ତୁତ ଥିବା କହିଛନ୍ତି। ‘ଟି୨୦ କ୍ରିକେଟ୍‌ରେ ପ୍ରଭାବ ପକାଇବା ଲାଗି ଶ୍ରୀଲଙ୍କା ଦଳ ପାଖରେ ପର୍ଯ୍ୟାପ୍ତ ଦକ୍ଷତା ନାହଁି। ଶ୍ରୀଲଙ୍କା ବୋଲରମାନେ ପ୍ରତିପକ୍ଷକୁ ଅଟକାଇବା ଲାଗି ସକ୍ଷମ ନୁହେଁ ଏବଂ ମ୍ୟାଚ୍‌ରେ ଲଢ଼ିବା ଲାଗି ଆବଶ୍ୟକ ୧୭୦ ରନ କରିବାକୁ ଏହାର ବ୍ୟାଟ୍ସମ୍ୟାନ ଅସମର୍ଥ’ ବୋଲି ଭାରତ ଗସ୍ତରୁ ପ୍ରତ୍ୟାବର୍ତ୍ତନ ପରେ ଖବରଦାତା ସମ୍ମିଳନୀରେ ମାଲିଙ୍ଗା ଏହା କହିଛନ୍ତି। ଏହି ଅବସରରେ ସେ ଆହୁରି ମଧ୍ୟ କହିଛନ୍ତି, ଦଳର ଏହି ପ୍ରଦର୍ଶନ ଲାଗି ସେ ଦାୟୀ। ଏଥିସହ ଅଧିନାୟକ ପଦ ଛାଡ଼ିବାକୁ ପ୍ରସ୍ତୁତ ରହିଛି। ୨୦୧୪ ବିଶ୍ୱକପ୍‌ରେ ମାଲିଙ୍ଗା ଶ୍ରୀଲଙ୍କା ଦଳର ନେତୃତ୍ୱ ନେଇ ୨୦୧୬ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିଥିଲେ। ଏହାପରେ ୨୦୧୮ ଡିସେମ୍ବରରେ ପୁନର୍ବାର ତାଙ୍କୁ ଟି୨୦ ଦଳର ନେତୃତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?