Posted inଖେଳ

ଅଧିନାୟକ ପଦ ଛାଡ଼ି କୋଚ୍‌ ହେଲେ ସାମି

କରାଚୀ,୬।୩- ଦୁଇ ଥର ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ଅଧିନାୟକ ଡାରେନ ସାମି ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ) ଫ୍ରାଞ୍ଚାଇଜ ପେଶାଓ୍ବର ଜାଲିମର ଅଧିନାୟକ ପଦ ଛାଡ଼ି ଦେଇଛନ୍ତି। ଅଧିନାୟକ ପଦଠାରୁ ସେ ଆହୁରି ଗୁରୁତ୍ୱପୂର୍ଣ୍ଣ ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ଗ୍ରହଣ କରିଛନ୍ତି। ଚଳିତ ସିଜନର ମଧ୍ୟାନ୍ତରରେ ବଡ଼ ପରିବର୍ତ୍ତନ କରାଯାଇଛି। ଗତବର୍ଷର ରନର୍ସଅପ୍‌ ଦଳ ପେସର ଓ୍ବାହବ ରିଆଜଙ୍କୁ ସମ୍ପୂର୍ଣ୍ଣ ଅଧିନାୟକ ଭାବେ ଚୟନ କରାଯାଇଛି। ଏବେ ପର୍ଯ୍ୟନ୍ତ ଦଳର ମୁଖ୍ୟ କୋଚ୍‌ ପଦରେ ଥିବା ମହମ୍ମଦ ଆକ୍ରମ ଫ୍ରାଞ୍ଚାଇଜର ଡିରେକ୍ଟର ଅଫ୍‌ କ୍ରିକେଟ ଭାବେ କାର୍ଯ୍ୟକରିବେ। ଏହାର ଅର୍ଥ ସାମିଙ୍କ ପିଏସ୍‌ଏଲ କ୍ୟାରିୟର ଶେଷ ହୋଇନାହିଁ। ସେ କୋଚ୍‌ କମ୍‌ ଖେଳାଳି ଭାବେ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ସାମିଙ୍କ ପାଇଁ ଆମ ହୃଦୟରେ ସ୍ବତନ୍ତ୍ର ସ୍ଥାନ ରହିଛି। ବହୁ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସାମି ଆଗାମୀ ଦୁଇ ବର୍ଷ ପାଇଁ କୋଚ୍‌ କମ୍‌ ଖେଳାଳି ଭାବେ କାର୍ଯ୍ୟ କରିବେ। ଏ ନେଇ ତାଙ୍କ ସହ ଚୁକ୍ତି ହୋଇସାରିଛି ବୋଲି ଆକ୍ରମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri