ଫୁଲବାଣୀ ଅଫିସ/ଖଜୁରିପଡ଼ା, ୨୯ା୧-ଖଜୁରିପଡା ବ୍ଲକ ଦୂତିମେଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ବର୍ତ୍ତମାନର ଅଧ୍ୟକ୍ଷଙ୍କୁ ମଙ୍ଗଳବାର ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅଧ୍ୟକ୍ଷ ତଥା ଓଡିଆ ଶିକ୍ଷକ ଲକ୍ଷ୍ମୀଧର ସାହୁ ଏ ନେଇ ଖଜୁରିପଡା ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ପୂର୍ବତନ ଅଧ୍ୟକ୍ଷା ବନଶ୍ରୀ ନାୟକ ମଧ୍ୟ ଅଧ୍ୟକ୍ଷ ସାହୁଙ୍କ ନାମରେ ପାଲଟା ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ବନଶ୍ରୀଙ୍କ ଅନ୍ୟତ୍ର ବଦଳି ହୋଇଥିବାରୁ ବର୍ତ୍ତମାନ ଲକ୍ଷ୍ମୀଧର ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି। ମଙ୍ଗଳବାର ସେ ସ୍କୁଲ ଆସି ନିଜ ପ୍ରକୋଷ୍ଠକୁ ଯାଇଥିବା ବେଳେ ଚେୟାରରେ ବନଶ୍ରୀ ବସିଥିବା ଦେଖିଥିଲେ। ଆପଣ ଏଠାରେ ନାହାନ୍ତି, ଚେୟାରରେ କାହିଁକି ବସିଛନ୍ତି ବୋଲି ଲକ୍ଷ୍ମୀଧର ପଚାରିବାରୁ ବନଶ୍ରୀ ଯୁକ୍ତିତର୍କ କରିଥିଲେ ା ପରେ ଲକ୍ଷ୍ମୀଧରଙ୍କୁ ସେ ଚାପୁଡା ମାରି ଆଟ୍ରୋସିଟି ମାମଲା କରିବେ ବୋଲି ଧମକ ଦେଇଥିବା ଏତଲାରେ ଦର୍ଶାଯାଇଛି। ଅନ୍ୟପକ୍ଷରେ ବନଶ୍ରୀ ମଧ୍ୟ ଲକ୍ଷ୍ମୀଧରଙ୍କ ବିରୋଧରେ ପାଲଟା ଅଭିଯୋଗ କରିଛନ୍ତି। ତାଙ୍କୁ ଅସଦାଚରଣ କରାଯାଇଥିବା ଏତଲାରେ ଦର୍ଶାଇଛନ୍ତି। ଉଭୟ ପକ୍ଷରୁ ଅଭିଯୋଗ ହୋଇଛି ା ଘଟଣାର ତଦନ୍ତ ଚାଲିଥିବା ଥାନାଧିକାରୀ ରମାକାନ୍ତ ପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, ଏହି ବିଦ୍ୟାଳୟରେ ବିଗତ ଦିନରେ ପ୍ରିନ୍ସିପାଲଙ୍କ ମନମୁଖି କାର୍ଯ୍ୟକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିବା ସହ ଜିଲାପାଳ ଓ ଭୁବନେଶ୍ୱର ଯାଇ ଆଦର୍ଶ ବିଦ୍ୟାଳୟ ନିର୍ଦ୍ଦେଶକଙ୍କୁ ଦାବିପତ୍ର ଦେଇଥିଲେ। ପରେ ଭାରପ୍ରାପ୍ତ ଅଧ୍ୟକ୍ଷ ବନଶ୍ରୀଙ୍କର ଅନ୍ୟତ୍ର ବଦଳି ହୋଇଥିଲା। ଗତ ୧୦ତାରିଖ ରାତିରେ ବନଶ୍ରୀ ତାଙ୍କ ସ୍ବାମୀଙ୍କ ସହ ମିଶି ଜଣେ ଅଭିଭାବକ ବୈଦ୍ୟନାଥ ବେହେରାଙ୍କ ଘରକୁ ଆସି ଗାଳି କରିବା ସହ ହତ୍ୟା ଧମକ ଦେଇଥିଲେ। ଏ ନେଇ ଟାଉନ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ କେବଳ ମାମଲା ରୁଜୁକରି ଚୁପ ବସିଥିଲା।
Posted inଆମ ଜିଲା ଖବର, କନ୍ଧମାଳ View All
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
Archives

