Posted inଜାତୀୟ

ଅନନ୍ତନାଗରେ ଆତଙ୍କବାଦୀଙ୍କ ଆକ୍ରମଣରେ ମେଜର ଶହୀଦ

ଶ୍ରୀନଗର,୧୭।୬: ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ମେଜର ଶହୀଦ ହୋଇଥିବା ବେଳେ ୩ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଏଥିସହ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଆହତ ଯବାନଙ୍କୁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଅଞ୍ଚଳରେ ଏବେ ବି ଦୁଇ ପାର୍ଶ୍ୱରୁ ଗୁଳିବିନିମୟ ଜାରି ରହିଛି। ସୁରକ୍ଷାକର୍ମୀ ଆଖପାଖ ଅଞ୍ଚଳରେ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଜାରି ରଖିଛନ୍ତି। ସୂଚନାଯୋଗ୍ୟ, ସୋମବାର ସକାଳେ ଅନନ୍ତନାଗର ଆଛାବଲ୍‌ରେ ଆତଙ୍କବାଦୀ ଲୁଚି ରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ସେନାଙ୍କୁ ମିଳିଥିଲା। ଏହାପରେ ମିଳିତ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ। ସେହି ସମୟରେ ଆତଙ୍କାବଦୀ ସେନାଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri