ଅନନ୍ତନାଗରେ ଓଡ଼ିଆ ଯବାନ ଶହୀଦ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଜମ୍ମୁ କଶ୍ମୀରର ଅନନ୍ତନାଗରେ ଓଡ଼ିଆ ଯବାନ ଅଜିତ ସାହୁ ଶହୀଦ ହେବା ଘଟଣାରେ ଗଭୀର ଶୋକପ୍ରକାଶ କରିଛନ୍ତିମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ ନିନ୍ଦା କରିବା ସହ ସେ ଶହୀଦଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଅଜିତ ଦେଶର ସୁରକ୍ଷା ଓ ଏକତା ଲାଗି ଚରମ ତ୍ୟାଗ ଓ ବଳିଦାନ ଦେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଅନନ୍ତନାଗ ଜିଲାରେ ସୋମବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିବା ଯୋଗୁ ଜଣେ ଯବାନ ଶହୀଦ ହେବା ସହ ୮ଯବାନ ଆହତ ଓ ୩ ଗୁରୁତର ହୋଇଥିଲେ। ଶହୀଦ ଯବାନ ଅଜିତ୍‌ଙ୍କ ଘର ଢେଙ୍କାନାଳ ଜିଲା କାମାକ୍ଷାନଗର ବଡସୁଆଁଳ ଗ୍ରାମରେ ବୋଲି ଜଣାପଡ଼ିଥିଲା। ୨୦୧୫ରେ ସେ ଆର୍ମୀରେ ଯୋଗ ଦେଇଥିବା ବେଳେ ମଙ୍ଗଳବାର ସେ ଶହୀଦ ହୋଇଥିବା ନେଇ ଘରକୁ ଫୋନ୍‌ ଆସିଥିଲା। ଏହା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା। ତେବେ ବୁଧବାର ଶହୀଦଙ୍କ ମରଶରୀର ଗ୍ରାମକୁ ଅଣାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri