ଅନନ୍ତବ୍ରତ ପାଇଁ ବିଜେପୁର ଉତ୍ସବମୁଖର

ବିଜେପୁର, ୧୩।୯ (ଡି.ଏନ.ଏ): ବିଜେପୁର ସହର ପ୍ରସିଦ୍ଧ ଅନନ୍ତବ୍ରତ ମହୋତ୍ସବ ପାଇଁ ଶୁକ୍ରବାର ଉତ୍ସବ ମୁଖରିତ ହୋଇଉଠିଛି । ପୂଜା ମଣ୍ଡପରେ ହୋମ, ଆଳତୀ, ଶଙ୍ଖ, ଘଣ୍ଟ, ପୁରୋହିତଙ୍କ ବେଦମନ୍ତ୍ର ଧ୍ୱନିରେ ଭକ୍ତିଭାବମୟ ପରିବେଶ ସୃଷ୍ଟି ହେଉଛି । ରଙ୍ଗବେରଙ୍ଗ ଆଲୋକ ସାଜସଜ୍ଜାରେ ରାସ୍ତାର ଭୟପାର୍ଶ୍ୱ ଝଲସି ଯାଉଛି । ସୁଦୃଶ୍ୟ ପୂଜାମଣ୍ଡପ ଓ ପ୍ରଜ୍ଞାପନ ମେଢ଼ ବେଶ୍‌ ରୋଚକ ହୋଇଛି । ଅନନ୍ତବ୍ରତ ମହୋତ୍ସବରେ ଚତୁର୍ଦ୍ଦଶ ପ୍ରକାରର ଭୋଗ ଲାଗି ହୁଏ । ତେଣୁ ଉପରପଡା ସ୍ଥିତ ପୂଜା ମଣ୍ଡପରେ ସନ୍ଧ୍ୟା ଆଳତୀ ସହ ଅନନ୍ତ ନାରାୟଣଙ୍କ ନିକଟରେ ସ୍ବତନ୍ତ୍ର ଭାବେ ଭୋଗ ଲାଗି କରାଯାଇଥିଲା। ପରେ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା । ତଳିପଡା, ମଧ୍ୟପଡାରେ ଶ୍ରଦ୍ଧାଳୁମାନଙ୍କୁ ଅନ୍ନଭୋଗ ବଣ୍ଟନ କରାଯାଇଥିଲା । ଅନୁକୂଳ ପାଗ ଯୋଗୁ ପଡୋଶୀ ଜିଲା ନୂଆପଡା, ବୌଦ୍ଧ, ସୋନପୁର, ବଲାଙ୍ଗୀର, ସମ୍ବଲପୁର ସମେତ ଛତିଶଗଡ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ସମାଗମ ପରିଲକ୍ଷିତ ହୋଇଥିଲା । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ରାତ୍ରିରେ ଶ୍ରଦ୍ଧାଳୁମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri