ଅନଲାଇନ୍‌ ପାଠପଢ଼ାରେ ନେଟ୍‌ଓ୍ବାର୍କ ବାଧକ: ଥ୍ରୀ-ଜି ସେବା ପାଇଁ ଦାବି କଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୩୧ା୫(ଡି.ଏନ୍‌.ଏ.)- କରୋନା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡୋରି ବନ୍ଧାହୋଇଛି। ଫଳରେ ଅନ୍‌ଲାଇନରେ ପଢିବାକୁ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଟାଓ୍ବାର ନ ଥିବାବେଳେ କେତେକ ଅଞ୍ଚଳରେ ଟାଓ୍ବାର ଥିଲେ ସେଠାରେ ୨ଜି ନେଟ୍‌ଓ୍ବାର୍କ ରହିଛି। ଫଳରେ ଛାତ୍ରୀଛାତ୍ର ପଢିବାରେ ଅସୁବିଧା ହେଇଛି।
ଏଭଳି ସମସ୍ୟା ନେଇ ଦାରିଙ୍ଗବାଡ଼ି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମର ଛାତ୍ରୀଛାତ୍ର ବିଡିଓ ଡ. ଜଗଦୀଶ ଷଡଙ୍ଗୀଙ୍କ ନିକଟରେ ଲିଖିତ ଭାବେ ଜଣାଇଛନ୍ତି। ସେମାନେ କହିଛନ୍ତି, ସିକରମାହା ଠାରେ ୨ଜି କିମ୍ବା ୩ଜି ନେଟୱାର୍କ ନାହିଁ। କେବଳ କଥା ହେବାପାଇଁ ମୋବାଇଲ ଟାୱାର ରହିଛି। ତୁରନ୍ତ ଥ୍ରୀଜି ନେଟ୍‌ୱାର୍କ ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି। ତାଜୁଙ୍ଗିଆ ସରପଞ୍ଚ ଶିବାଜୀନୀ ମୁଠାମାଝୀ ଦାବି ଯଥାର୍ଥ ବୋଲି କହିଥିବାବେଳେ ତୁରନ୍ତ ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି ପୂର୍ବତନ ସରପଞ୍ଚ ଯୋହନ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri