ଅନଲାଇନ୍‌ ପାଠପଢ଼ାରେ ନେଟ୍‌ଓ୍ବାର୍କ ବାଧକ: ଥ୍ରୀ-ଜି ସେବା ପାଇଁ ଦାବି କଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୩୧ା୫(ଡି.ଏନ୍‌.ଏ.)- କରୋନା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡୋରି ବନ୍ଧାହୋଇଛି। ଫଳରେ ଅନ୍‌ଲାଇନରେ ପଢିବାକୁ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଟାଓ୍ବାର ନ ଥିବାବେଳେ କେତେକ ଅଞ୍ଚଳରେ ଟାଓ୍ବାର ଥିଲେ ସେଠାରେ ୨ଜି ନେଟ୍‌ଓ୍ବାର୍କ ରହିଛି। ଫଳରେ ଛାତ୍ରୀଛାତ୍ର ପଢିବାରେ ଅସୁବିଧା ହେଇଛି।
ଏଭଳି ସମସ୍ୟା ନେଇ ଦାରିଙ୍ଗବାଡ଼ି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମର ଛାତ୍ରୀଛାତ୍ର ବିଡିଓ ଡ. ଜଗଦୀଶ ଷଡଙ୍ଗୀଙ୍କ ନିକଟରେ ଲିଖିତ ଭାବେ ଜଣାଇଛନ୍ତି। ସେମାନେ କହିଛନ୍ତି, ସିକରମାହା ଠାରେ ୨ଜି କିମ୍ବା ୩ଜି ନେଟୱାର୍କ ନାହିଁ। କେବଳ କଥା ହେବାପାଇଁ ମୋବାଇଲ ଟାୱାର ରହିଛି। ତୁରନ୍ତ ଥ୍ରୀଜି ନେଟ୍‌ୱାର୍କ ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି। ତାଜୁଙ୍ଗିଆ ସରପଞ୍ଚ ଶିବାଜୀନୀ ମୁଠାମାଝୀ ଦାବି ଯଥାର୍ଥ ବୋଲି କହିଥିବାବେଳେ ତୁରନ୍ତ ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି ପୂର୍ବତନ ସରପଞ୍ଚ ଯୋହନ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri