ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପ୍ରକାଶଯୋଗ୍ୟ, ଅନ୍ୟାୟ ଓ ଅତ୍ୟାଚାରର ବିଚାର ପାଇଁ ୨ ଦଫା ଦାବି ନେଇ ଚାମେଲି ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନ ଚଳାଇଛନ୍ତି। ମହାକାଳପଡ଼ା ବିଡିଓ ରବି ନାରାୟଣ ଆଚାର୍ଯ୍ୟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଆଇଆଇସି ମାନସ ମଲ୍ଲିକଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ ଦାବିରେ ସେ ଏହି ଅନଶନରେ ବସିଥିବା ଜାଣିବାକୁ ମିଳିଛି।
Dharitri – Odisha’s No.1 Odia Daily

