ଅନାସ୍ଥାରେ ପଦ ହରାଇଲେ ଅଧ୍ୟକ୍ଷା

ବାଲିଗୁଡା,୨୭ା୨(ଡି.ଏନ୍‌.ଏ.) – ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷା ମମତା ବେହେରା ଅନାସ୍ଥାରେ ପଦ ହରାଇଛନ୍ତି। ବୁଧବାର ପୂର୍ବାହ୍ନ ୧୧ଟାରେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଅନାସ୍ଥା ପ୍ରସ୍ତାବକୁ ନେଇ ଭୋଟ ହୋଇଥିଲା। ବାଲିଗୁଡା ଉପଜିଲାପାଳ ଦେବେନ୍ଦ୍ର ନନ୍ଦ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଜୟଦେବ ଷଡଙ୍ଗୀ, ଅତିରିକ୍ତ ଜିଲାପାଳ ହଳଧର ନାୟକ ଓ ବରିଷ୍ଠ କିରାଣି ଅରୁଣ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଏନ୍‌ଏସିର ୧୩ କାଉନ୍‌ସିଲରଙ୍କ ମଧ୍ୟରୁ ୧୧ ଜଣ ଉପସ୍ଥିତ ରହି ଭୋଟଦାନରେ ଭାଗ ନେଇଥିଲେ। ଭୋଟ ବାକ୍ସ ଖୋଲିବା ପରେ ମୋଟ ୧୧ଟି ଭୋଟ ଅଧ୍ୟକ୍ଷା ମମତା ବେହେରାଙ୍କ ବିପକ୍ଷରେ ପଡିଥିବା ଜଣାପଡିଥିଲା। ୧୩ ଜଣ କାଉନ୍‌ସିଲରଙ୍କ ମଧ୍ୟରୁ ୧୨ନଂ. ଓ୍ବାର୍ଡ କାଉନ୍‌ସିଲର ଶିରିଶ ପ୍ରଧାନ ଓ ଅଧ୍ୟକ୍ଷା ମମତା ବେହେରା ଅନୁପସ୍ଥିତ ରହିଥିଲେ। ୧୧ ଜଣ କାଉନ୍‌ସିଲରଙ୍କ ମଧ୍ୟରେ ବିଜେଡି, କଂଗ୍ରେସ ଓ ଭାଜପାର କାଉନ୍‌ସିଲରମାନେ ଥିଲେ। ସମସ୍ତେ ଏକାଠିହୋଇ ଅଧ୍ୟକ୍ଷା ହଟାଓ ଅଭିଯାନ ଚଳାଇଥିବାବେଳେ ଏଥିରେ ସଫଳ ହୋଇଛନ୍ତି। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ସୂଚନାଯୋଗ୍ୟ ଯେ, ପୂର୍ବରୁ ବିଜେଡିର ୭ଜଣ କାଉନ୍‌ସିଲର ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ମାତ୍ର ଭୋଟ ସମୟରେ ମମତା ହାଇକୋର୍ଟରୁ ରହିତାଦେଶ ଆଣି ପଦ ବଞ୍ଚାଇବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri