Posted inଖେଳ

ଅନିଲଙ୍କୁ ‘ମିଷ୍ଟର ଓଡ଼ିଶା’ ଟାଇଟଲ୍‌

ଭୁବନେଶ୍ୱର, ୨୧।୨ (ସ୍ପୋର୍ଟ୍ସ ବ୍ୟୁରୋ)- ଓଡ଼ିଶା ମାଇନିଂ କର୍ପୋରେଶନ ପକ୍ଷରୁ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ୧୭ତମ ରାଜ୍ୟ ସିନିୟର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାର ‘ମିଷ୍ଟର ଓଡ଼ିଶା’ ସହ ପୁରୁଷ ଫିଜିକ୍‌ ଫିଟ୍‌ନେସ ଓ ମହିଳା ମଡେଲ ଫିଟ୍‌ନେସ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ରାଜ୍ୟର ୨୫୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବାବେଳେ ୯ଟି ଓଜନ ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପୁରୀର ଅନିଲ ଗୋଚ୍ଛିକାର ସମସ୍ତଙ୍କୁ ପଛରେ ପକାଇ ‘ମିଷ୍ଟର ଓଡ଼ିଶା-୨୦୨୦’ ଟାଇଟଲ୍‌ ଜିତିଛନ୍ତି। ସେହିଭଳି ବିଭିନ୍ନ ଓଜନ ବର୍ଗରେ ପୁରୀର କୁମାର ସିଦ୍ଧାର୍ଥ (୫୫ କିଗ୍ରା), ବଲାଙ୍ଗୀରର ସଂଗ୍ରାମ ମୁଣ୍ଡା (୬୦ କିଗ୍ରା), ପୁରୀର ବିଜୟ ସାହୁ (୬୫ କିଗ୍ରା), ଭୁବନେଶ୍ୱରର ଜଗନ୍ନାଥ ଖୁଣ୍ଟିଆ (୭୦ କିଗ୍ରା), ଅନିଲ ଗୋଚ୍ଛିକାର (୭୫ କିଗ୍ରା), ସୌମ୍ୟରଞ୍ଜନ ସେଠୀ (୮୦ କିଗ୍ରା), ଭୁବନେଶ୍ୱରର ରଶ୍ଚିରଞ୍ଜନ ସାହୁ (୮୫ କିଗ୍ରା), ଭୁବନେଶ୍ୱରର କୁମାର ଭରତ (୯୦ କିଗ୍ରା) ଓ କଟକର ସୁଜିତ କୁମାର ଯେନା (୯୦ କିଗ୍ରାରୁ ଊର୍ଦ୍ଧ୍ୱ) ପ୍ରଥମ ସ୍ଥାନ ହାସଲ କରିଥିଲେ। ସେହିଭଳି ପୁରୁଷ ଫିଜିକ୍‌ ଫିଟ୍‌ନେସରେ ରମଣ ରତନ ରାଉତ ଏବଂ ମହିଳା ମଡେଲ ଫିଟ୍‌ନେସରେ ସୁଶ୍ରୀ ଶିବାନୀ ଦାସ ପ୍ରଥମ ସ୍ଥାନରେ ରହିଥିଲେ।
ମିଷ୍ଟର ୟୁନିଭର୍ସ ତଥା ଜାତୀୟ ସୁନ୍ଦର ସ୍ବାସ୍ଥ୍ୟ ସଂଘର ସଭାପତି ପଦ୍ମଶ୍ରୀ ପ୍ରେମଚାନ୍ଦ ଡେଗ୍ରା, ପୋଲିସ ମହାନିର୍ଦ୍ଦେଶକ (ଇଣ୍ଟେଲିଜେନ୍ସି) ସତ୍ୟଜିତ୍‌ ମହାନ୍ତି, ବିଧାୟକ ଅନନ୍ତ ନାରାୟଣ ଜେନା ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ରାଜ୍ୟ ସୁନ୍ଦର ସ୍ବାସ୍ଥ୍ୟ ସଂଘର ସଭାନେତ୍ରୀ ସୁମିତ୍ରା ତ୍ରିପାଠୀ,ସାଧାରଣ ସମ୍ପାଦକ ପ୍ରସନ୍ନ ମହାସୁଆର, ଯୁଗ୍ମ ସମ୍ପାଦକ ପ୍ରଫୁଲ ଗୁରୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri