ଅନିଶ୍ଚିତତାରେ ଗୁଣପୁର-ଥେରୁବାଲି ରେଳପଥ

ଗୁଣପୁର,୧୮ । ୨(ଡି.ଏନ୍‌.ଏ.) କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଛନ୍ଦି ହୋଇ ଅନିଶ୍ଚିତତା ଆଡ଼କୁ ଚାଲିଯାଉଛି ଗୁଣପୁର-ଥେରୁବାଲି ରେଳପଥ। କେନ୍ଦ୍ର ସରକାର ଏହି ପ୍ରକଳ୍ପ ଲାଭଦାୟକ ନ ଥିବା ଓ ଏଥିପାଇଁ ରାଜ୍ୟ ସରକାର ମାଗଣା ଜମି ସହ ପ୍ରକଳ୍ପର ଅଧା ଖର୍ଚ୍ଚ ବହନ କରିବାକୁ କହିଥିଲେ। ଏହାର ୬ ମାସ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ରାଜ୍ୟ ସରକାର ପ୍ରକଳ୍ପ ଦିଗରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିନାହାନ୍ତି। ଫଳରେ ଏହି ପ୍ରକଳ୍ପ ଅନିଶ୍ଚିତତା ଭିତରକୁ ଠେଲି ହୋଇଯିବା ସହ ଗୁଣୁପର ବାସିନ୍ଦା ଏନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା ଏହି ଦାବି ଜଣାଇବା ପାଇଁ ସୋମବାର ବିଶାଖାପାଟଣାରେ ରେଳବିଭାଗ ଡିଆରଏମ୍‌ଙ୍କୁ ଭେଟିଛନ୍ତି। ଡିଆରଏମ୍‌ ରେଳବିଭାଗର କଥା ଦୋହରାଇଥିବା ବେଳେ ଏନେଇ ରାଜ୍ୟ ସରକାରଙ୍କ ସହ ଅଧିକ ବିଚାରବିମର୍ଶ କରିବା ପାଇଁ ଏମ୍‌ପିଙ୍କୁ ପ୍ରସ୍ତାବ ଦେଇଛନ୍ତି।
ଉଲ୍ଳେଖଯୋଗ୍ୟ, ଗତ ୧୧ ତାରିଖ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ରେଳମନ୍ତ୍ରୀଙ୍କୁ ଭେଟିଥିଲେ ମଧ୍ୟ ସେଥିରେ ଗୁଣପୁର-ଥେରୁବାଲି ରେଳପଥ ସମ୍ପର୍କରେ କିଛି ଉଲ୍ଲେଖ ନ ଥିଲା। ଏହି ପ୍ରକଳ୍ପକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଗୁଣପୁର ଅଞ୍ଚଳରୁ ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀଙ୍କ ସମେତ ୫-ଟି ସଚିବ, ଉନ୍ନୟନ କମିଶନରଙ୍କୁ ଭେଟି ଦାବି ଜଣାଇବାକୁ ପ୍ରସ୍ତୁତି ଚଳାଇଛନ୍ତି। ୨୦୦୬ରେ ଏହି ରେଳପଥ ପାଇଁ ପ୍ରଥମେ ସର୍ଭେ ହୋଇଥିବା ବେଳେ ବ୍ୟୟ ଅଟକଳ ୨୩୨.୩୭ କୋଟି ଟଙ୍କା ରଖାଯାଇଥିଲା। ୨୦୧୭-୧୮ ବଜେଟରେ ଗୁଣପୁର-ଥେରୁବାଲି ରେଳପଥ ସ୍ଥାନ ପାଇବା ସହ ୭୯.୧୫ କିମି ରାସ୍ତା ପାଇଁ ୯୩୫.୭୨ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଥିଲା। ୨୦୧୯ ବେଳକୁ ଏହାର ବ୍ୟୟ ଅଟକଳ ବୃଦ୍ଧି ପାଇ ୧୨୩୭.୭୪ କୋଟିରେ ପହଞ୍ଚତ୍ଥିଲା। ପ୍ରଥମ ପର୍ଯ୍ୟାୟରେ ୧କୋଟି, ଗତ ବର୍ଷ ୧୦ ଲକ୍ଷ ଓ ଚଳିତ ବର୍ଷ ବଜେଟରେ ମାତ୍ର ୧ ଲକ୍ଷ ଟଙ୍କା ଏହି ରେଳପଥ ପାଇଁ ଦିଆଯିବା ସାଧାରଣରେ ଅସନ୍ତୋଷକୁ ଘନୀଭୂତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ...

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ...

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି...

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri