ଅନିୟମିତତା ପରେ କାର୍ଯ୍ୟାନୁଷ୍ଠାନ

ପୁରୀ ଅଫିସ୍‌/ନିମାପଡ଼ା/କାକଟପୁର(ଡି.ଏନ୍‌.ଏ),୧୪।୩:ଚଳିତ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ, ଛାତ୍ରୀଛାତ୍ର ଚାପମୁକ୍ତ ହୋଇ ଅବାଧରେ ଶାନ୍ତି ଶୃଙ୍ଖଳାର ସହ ପରୀକ୍ଷା ଦେବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ହେଲେ ପୁରୀ ଜିଲା ଅନ୍ତର୍ଗତ ବିଭିନ୍ନ ବ୍ଲକର ଏକାଧିକ ବିଦ୍ୟାଳୟରେ ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ପରୀକ୍ଷାରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିମାପଡ଼ା ବ୍ଲକର ହରିପୁର ଆଦର୍ଶ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଦେଉଥିବା ମୁକ୍ତ ବିଦ୍ୟାଳୟର ପିଲାଙ୍କୁ କପି ଦେବାକୁ ସୁଯୋଗ ଦେବା ନିମନ୍ତେ ହୋଇଥିବା ଡିଲ୍‌ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ କାକଟପୁର ଏବଂ ନୟାହାଟ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରରେ ଦାୟିତ୍ୱରେ ଥିବା ଅଧିକାରୀ କାର୍ଯ୍ୟରେ ଅବହେଳା କରିବା ସହ ମୋବାଇଲ ଫୋନ ନେବା ଘଟଣା ବିଭାଗୀୟ ନିର୍ଦ୍ଦେଶକୁ ଅବମାନନା କରିଛି। ଏହିସବୁ ଘଟଣାରେ ସୋମବାର ପୁରୀ ଜିଲା ଶିକ୍ଷାଧିକାରୀ ବିଶ୍ୱଜିତ୍‌ ଘୋଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ହରିପୁର ଆଦର୍ଶ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ପରିଚାଳନା ପାଇଁ ନିୟୋଜିତ ସମସ୍ତ ଶିକ୍ଷକ, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ, ଇନ୍‌ଭିଜିଲେଟରଙ୍କ ସମେତ ୯ଜଣ କର୍ମଚାରୀଙ୍କୁ ପରୀକ୍ଷା ପରିଚାଳନାରୁ ହଟାଇ ଦିଆଯାଇଛି। ଏଥିସହ ଆସନ୍ତା ୨୦ ତାରିଖ ପରୀକ୍ଷା ଶେଷ ପର୍ଯ୍ୟନ୍ତ ସେମାନଙ୍କୁ ସ୍କୁଲ କ୍ୟାମ୍ପସ ଭିତରକୁ ପ୍ରବେଶ କରିବାରେ କଟକଣା ଜାରି ହୋଇଛି। ଏମାନଙ୍କ ସ୍ଥାନରେ ନୂତନ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ଭାବେ ନାଗବସ୍ତ ହାଇସ୍ତୁଲର ପ୍ରଧାନଶିକ୍ଷକ ତ୍ରିଲୋଚନ ବେହେରା, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଭାବେ ନାଗବସ୍ତ ହାଇସ୍କୁଲ ଶିକ୍ଷକ ଭାସ୍କର ସାହୁ ଓ ଇନ୍‌ଭିଜିଲେଟର ଭାବେ ଦହିଜଙ୍ଗ ହାଇସ୍କୁଲର ସହକାରୀ ଶିକ୍ଷକ ରମାକାନ୍ତ ଓଝାଙ୍କ ସମେତ ନୂତନ ଶିକ୍ଷକଙ୍କୁ ପରୀକ୍ଷା ପରିଚାଳନା ଦାୟିତ୍ୱ ଦିଆଯାଇଥିବା ବ୍ଲକ ଶିକ୍ଷାଧିକାରୀ ଦ୍ୱିତିକାନ୍ତ ପ୍ରଧାନ ସୂଚନା ଦେଇଛନ୍ତି।
ସେହିପରି ସୋମବାର ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନରେ କାକଟପୁର ଓ ନୟାହାଟ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇଜଣ ସୁପରିଣ୍ଟେଣ୍ଡେଣ୍ଟଙ୍କ ଖାମଖିଆଲ ମନୋଭାବ ଓ ପରୀକ୍ଷାରେ ଅନିୟମିତତା କରିବା କାରଣରୁ ଉଭୟଙ୍କୁ ନିଲମ୍ବନ କରାଯାଇଛି। ସେମାନଙ୍କ ସ୍ଥାନରେ ନୂଆ ସୁପରିଣ୍ଟେଣ୍ଡେଣ୍ଟ ନିଯୁକ୍ତ କରାଯାଇଛି। ଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁସାରେ ପରୀକ୍ଷା କେନ୍ଦ୍ରକୁ କୌଣସି ଶିକ୍ଷୟିତ୍ରୀ, ଶିକ୍ଷକ, କର୍ମଚାରୀ କେହିବି ମୋବାଇଲ ଫୋନ୍‌ ନେଇପାରିବେ ନାହିଁ। ହେଲେ କାକଟପୁର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ପରୀକ୍ଷା ଦାୟିତ୍ୱରେ ଥିବା ସୁପରିଣ୍ଟେଣ୍ଡେଣ୍ଟ ମୋବାଇଲ ଫୋନ ଅନ୍‌ ରଖିବା ସହ ଅନିୟମିତତା ଅଭିଯୋଗ ହେବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିପରି ପରୀକ୍ଷା କେନ୍ଦ୍ରରେ ତ୍ରୁଟି ପ୍ରଦର୍ଶନ କରିଥିବାରୁ ଡେଲାଙ୍ଗ ମହତାବ ହାଇସ୍କୁଲର ସୁପରିଣ୍ଟେଣ୍ଡେଣ୍ଟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଅଭିଯୋଗରେ ବ୍ରହ୍ମଗିରି ବ୍ଲକର ଜଣେ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ପୁରୀ ଜିଲାରେ ଚଳିତ ମାଟ୍ରିକ ପରୀକ୍ଷାରେ ଶୂନ୍ୟ ସହନଶୀଳତା ନୀତି ଲାଗୁ ହୋଇଥିବାରୁ ନଜରକୁ ଆସୁଥିବା ସମସ୍ତ ଅଭିଯୋଗ ଓ ତ୍ରୁଟି ଉପରେ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ଜିଲା ଶିକ୍ଷାଧିକାରୀ ଘୋଷ କହିଛନ୍ତି।
ପ୍ରକାଶ ଯେ, ନିମାପଡ଼ା ହରିପୁର ଆଦର୍ଶ ବିଦ୍ୟାଳୟରେ ରାଜ୍ୟ ମୁକ୍ତାକାଶ ବିଦ୍ୟାଳୟ(ଏସ୍‌ଓଏସ୍‌)ର ୬୧ଜଣ ପରୀକ୍ଷା ଦେଉଛନ୍ତି। ଗତ ଶୁକ୍ରବାର ହୋଇଥିତ୍ବା ଓଡ଼ିଆ ପରୀକ୍ଷାରେ ସେମାନଙ୍କୁ କେତେଜଣ ଶିକ୍ଷକ କପି ଯୋଗାଇଥିବା ଅଭିଯୋଗ ହୋଇଥିଲା। ଏପରି କି ପିଲାଙ୍କୁ କପି ଦେବାକୁ ସୁଯୋଗ ଦେବା ପାଇଁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ଜଣେ ଅଭିଭାବକଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପର ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣା ଜଣାପଡ଼ିବା ପରେ ପରେ ବିଭିନ୍ନ ମହଲରେ ଆଲୋଡନ ସୃଷ୍ଟି ହୋଇଥିଲା। ଘଟଣାର ତଦନ୍ତ ପାଇଁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଏପରି କି ସୋମବାରଠାରୁ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରରେ କଡ଼ାକଡ଼ି ଭାବେ ପରୀକ୍ଷା କରାଯିବ, ପରୀକ୍ଷା କେନ୍ଦ୍ରଗୁଡିକୁ ସେଣ୍ଟ୍ରାଲ ସ୍କ୍ବାଡ୍‌ ପଠାଯିବାକୁ ମନ୍ତ୍ରୀ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri