ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ: ଦୁଇ ଜୀବନ ଗଲା ପରେ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ଅନୁଗୋଳ ଅଫିସ, ୨୬।୪-  ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍‌ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ ଛାନିଆ ହୋଇପଡ଼ିଛନ୍ତି। ତେବେ ଅନୁଗୋଳରେ ଏପରି ରୋଗ ସମ୍ପର୍କରେ ମେଡିକାଲ–କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି ସ୍ପଷ୍ଟ ସୂଚନା ନାହିଁ। କେବଳ ଶୁଣିବାକୁ ପାଇଛନ୍ତି ବୋଲି ଏଡିଏମ୍‌ଓ ମେଡିକାଲ ଲକ୍ଷ୍ମୀଧର ବିଶୋଇ କହିଛନ୍ତି।
୨୦୧୭ରେ ଅନୁଗୋଳ ଜିଲାରେ ସ୍ବାଇନ ଫ୍ଲୁ ନେଇ ସାଧାରଣରେ ଭୟ ସୃଷ୍ଟି ହୋଇଥିଲା। କିନ୍ତୁ ଏଥିରେ କେହି ଜଣେ ବି ଆକ୍ରାନ୍ତ ହୋଇ ନ ଥିଲେ। ଚଳିତବର୍ଷ ଏହି ରୋଗରେ ଏକ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଘର ଜିଲା ବାହାରେ ହୋଇଥିବାବେଳେ ସେମାନେ ଅନୁଗୋଳ ସହରାଞ୍ଚଳରେ ରହୁଥିଲେ। ଚଳିତ ସାଧାରଣ ନିର୍ବାଚନ ପାଇଁ ବରଗଡ଼ ଯାଇଥିବା ସ୍ବାମୀ ଫେରିବା ପରେ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଅନୁଗୋଳର ଏକ ନର୍ସିଂହୋମ୍‌ରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଭୁବନେଶ୍ୱର ପଠାଇ ଦିଆଯାଇଥିଲା। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ରକ୍ତ ପରୀକ୍ଷା ପରେ ସେ ସ୍ବାଇନ୍‌ ଫ୍ଲୁରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଘଟଣାର ୨ ଦିନ ପରେ ତାଙ୍କ ସ୍ତ୍ରୀଙ୍କର ମଧ୍ୟ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା। ଏହା ଜଣାପଡ଼ିବା ପରେ ଜିଲା ମେଡିକାଲ କର୍ତ୍ତୃପକ୍ଷ ମୃତକଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଇଥିବା ସୂଚନା ମିଳିିଛି। ଅନ୍ୟପକ୍ଷରେ ମେଡିକାଲରେ ଏକ ସ୍ପେଶାଲ ୱାର୍ଡ ଖୋଲାଯାଇଛି। କିନ୍ତୁ ସହରବାସୀଙ୍କୁ ଏ ନେଇ ସଚେତନ କିମ୍ବା ସତର୍କ କରାଯାଇ ନ ଥିବାରୁ ଅସନ୍ତୋଷ ସୃଷ୍ଟି ହୋଇଛି। ଏ ନେଇ ଅନୁଗୋଳ ଏଡିଏମ୍‌ଓ ହେଲ୍‌ଥ ରାଜେଶ ସାହୁ କହିଛନ୍ତି, ମୃତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ୯ ଜଣ ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଲୋକଙ୍କ ପାଇଁ ପ୍ରିଭେଣ୍ଟିଭ ମଗାଯାଇଛି। ଖୁବ୍‌ଶୀଘ୍ର ଏହି ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନ  କରାଯିବ। ତେବେ ଡାକ୍ତର ଓ କର୍ମଚାରୀମାନଙ୍କୁ ମାସ୍କ ପିନ୍ଧିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ଏଡିଏମ୍‌ଓ ମେଡିକାଲ ବିଶୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri