ଅନୁଗୋଳରେ ଆଉ ୨ କରୋନା ପଜିଟିଭ

ଅନୁଗୋଳ ଅଫିସ, ୨୧।୫- ଅନୁଗୋଳରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ଅନୁଗୋଳରେ କରୋନା ପଜିଟିଭ ସଂଖ୍ୟା ୧୯ରେ ପହଞ୍ଚତ୍ଛି। ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ୧୯ ବର୍ଷୀୟ ଯୁବକ ଆନ୍ଧ୍ରପ୍ରଦେଶରୁ ଏବଂ ଅନ୍ୟଜଣେ ୨୧ ବର୍ଷୀୟ ଯୁବକ ତାମିଲନାଡ଼ୁରୁ ଫେରିଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଉଭୟ ଆଠମଲ୍ଲିକ ବ୍ଲକ ଅଞ୍ଚଳର ହୋଇଥିବାବେଳେ ସେମାନେ ନିଜସ୍ବ ଉଦ୍ୟମରେ ବସ୍‌ ଯୋଗେ ୧୭ ତାରିଖରେ ଅନୁଗୋଳରେ ପହଞ୍ଚତ୍ଥିଲେ। ସେମାନଙ୍କୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ କ୍ବାରାଣ୍ଟାଇନ ସେଣ୍ଟରରେ ରଖାଯାଇ ୧୮ ତାରିଖରେ ନମୁନା ସଂଗ୍ରହ କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ଉଭୟଙ୍କୁ ତାଳଚେର କୋଭିଡ଼-୧୯ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ଗତ ୧୦ ତାରିଖରେ ୧୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର ଫେରନ୍ତା ହୋଇଥିବାବେଳେ ଅନ୍ୟ ୧୩ ଜଣ ସୁରଟ ଓ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ। ସେହିଭଳି ମଙ୍ଗଳବାର ୨ ସୁରଟ ଫେରନ୍ତାଙ୍କ କରୋନା ରିପୋର୍ଟ ପଜିଟିଭି ଆସିଥିଲା। ଅନ୍ୟପକ୍ଷରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ପ୍ରଶାସନ ପକ୍ଷରୁ ବିଶୋଧନ କରାଯାଇଥିବା ଜିଲାପାଳ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri