ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା ପୋଲିସ, ଅଭିଯୁକ୍ତଙ୍କୁ ଧରିବା ଲାଗି ଗଠନ ହେଲା ୩ ଟିମ୍‌

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ ରବିବାର ନିଜ ଆଡ଼ୁ ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଛି ବୋଲି ଡିଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଘଟଣାଟି ଅତି ସମ୍ବେଦନଶୀଳ ହୋଇଥିବାରୁ ଅନୁଗୋଳ ଏସ୍‌ପି ମିତ୍ରଭାନୁ ମହାପାତ୍ର ତିନୋଟି ଟିମ୍‌ ଗଠନ କରି ଛାନଭିନ ଆରମ୍ଭ କରିଛନ୍ତି। ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଡିଆଇଜି କହିଛନ୍ତି। ଅପରପକ୍ଷେ ଜିଲା ମୁଖ୍ୟ ଚିକିତ୍ସାଳୟର ତିନି ଜଣିଆ ଡାକ୍ତର ଟିମ୍‌ ନାବାଳିକାଙ୍କ ଚିକିତ୍ସା ଦାୟିତ୍ୱରେ ରହିଛନ୍ତି।

ପ୍ରକାଶଯୋଗ୍ୟ, କିଛି ଯାଯାବର ପରିବାର ଅନୁଗୋଳ ସହରକୁ କାମ କରିବା ଲାଗି ଆସି ରହୁଛନ୍ତି। ଶନିବାର ରାତିରେ ବର୍ଷା ହେଉଥିବାରୁ ନାବାଳିକାଙ୍କ ସହ ତାଙ୍କ ପରିବାର ଏକ ଦୋକାନ ବାରଣ୍ଡାରେ ଶୋଇଥିଲେ। ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ଉଠାଇ ନେଇ ମାରପିଟ୍‌ କରିବା ସହ ବଳାତ୍କାର କରିଥିଲେ। ପରେ ସେ ମୃତ ହୋଇଯାଇଥିବା ସନ୍ଦେହ କରି ଏକ ଅଳିଆ ଗଦାରେ ନାବାଳିକାଙ୍କୁ ଫିଙ୍ଗି ଫେରାର ହୋଇଯାଇଥିଲେ। ସକାଳେ ପରିବାରଲୋକେ ଝିଅକୁ ଖୋଜାଖୋଜି କରିବା ପରେ ଅଳିଆ ଗଦାରେ ମୁର୍ମୂଷୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ସେଠାରୁ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri