ଅନୁଗୋଳରେ ନାବାଳିକା ବଳାତ୍କାର ଘଟଣା: ୧୫ ଲକ୍ଷ କ୍ଷତିପୂରଣ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ପରିବାର ଲୋକଙ୍କ ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ବଳାକତ୍ାର କରିବା ଘଟଣା ରବିବାର ଅନୁଗୋଳ ସହରକୁ ସ୍ତବ୍ଧ କରିଦେଇଥିଲା। ଏହି ଘଟଣାକୁ ନେଇ ସୋମବାର ବିଧାନସଭା ହୁଲ୍‌ସ୍ତୁଲ ହୋଇଛି। ଅନ୍ୟପକ୍ଷରେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ପୀଡ଼ିତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ଦାବିରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଅନ୍‌ଲାଇନ୍‌ ମାଧ୍ୟମରେ ଏହି ଅଭିଯୋଗ କରିଛନ୍ତି। ମାନବାଧିକାର ନିୟମ ଅନୁଯାୟୀ ପୀଡ଼ିତାଙ୍କ ପରିବାରକୁ ୪ସପ୍ତାହ ମଧ୍ୟରେ ୧୫ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ମୁଖ୍ୟ ଶାସନ ସଚିବ ଏବଂ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଡିଜିପିଙ୍କୁ ନିର୍ଦ୍ଦେଶ ଦେବାକୁ ସେ ତାଙ୍କ ପିଟିଶନ୍‌ରେ କମିଶନଙ୍କୁ ନିବେଦନ କରିଛନ୍ତି।
ସୂଚନା ଅନୁଯାୟୀ, ମହାରାଷ୍ଟ୍ର ନାଗପୁର ଅଞ୍ଚଳର ଏକ ଶ୍ରମିକ ପରିବାର ଅନୁଗୋଳରେ କାମ କରିବା ସହ ବାଳସୁଧାର ଗୃହ ନିକଟରେ ରହୁଥିଲେ। ଶନିବାର ରାତିରେ ବର୍ଷା ହେବାରୁ ଘରକୁ ଯାଇ ନ ପାରି ବସ୍‌ଷ୍ଟାଣ୍ଡ ନିକଟ ଏକ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଥିଲେ। ସେଠାରୁ ଫାଣ୍ଡି ମାତ୍ର ୪ଶହ ମିଟର। ନାବାଳିକା ଜଣଙ୍କ ପରିବାର ଲୋକଙ୍କ ସହ ସେଠାରେ ଶୋଇଥିଲେ। ରାତି ପ୍ରାୟ ୨ଟାରେ କେହି ଦୁର୍ବୃତ୍ତ ନାବାଳିକାଙ୍କୁ ଉଠାଇ ନେଇ ଏକ ଆହାର କେନ୍ଦ୍ର ନିକଟରେ ବଳାକତ୍ାର କରିଥିଲେ। ପରେ ତାଙ୍କୁ ହତ୍ୟା ଉଦ୍ୟମ କରିଥିଲେ। ନାବାଳିକା ଜଣଙ୍କ ସଂଜ୍ଞାହୀନ ହୋଇପଡ଼ିବାରୁ ତାଙ୍କୁ ମୃତ ଭାବି ଅଳିଆ ଗଦାରେ ଫିଙ୍ଗିଦେଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ସକାଳେ ପରିବାର ଲୋକେ ଉଠିବା ପରେ ଝିଅକୁ ଦେଖିବାକୁ ପାଇ ନ ଥିଲେ। ସେମାନେ ଖୋଜାଖୋଜି କରିବା ବେଳେ ଅଳିଆଗଦାରେ ଝିଅ ଚେତାଶୂନ୍ୟ ଅବସ୍ଥାରେ ପଡ଼ିିଥିବା ଦେଖିଥିଲେ। ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିସତ୍ାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଜଟିଳ ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କୁ ଅବଜରଭେଶନରେ ରଖାଯାଇ ଚିକିସତ୍ା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri