ଅନୁଗୋଳରେ ନୀତି ଆୟୋଗ କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍‌: କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରିତା ଉପରେ ଆଲୋଚନା

ଅନୁଗୋଳ ଅଫିସ, ୨୯।୮:  ନୀତି ଆୟୋଗ କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍‌ର ଦୁଇ ଜଣିଆ ସଦସ୍ୟ ବୁଧବାର ଅପରାହ୍ନରେ ଅନୁଗୋଳ ଜିଲା ଗସ୍ତରେ ଆସି କେନ୍ଦ୍ର ସରକାରଙ୍କ ଜିଲା ଜଳସେଚନ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରିଥିଲେ। ସର୍କିଟ ହାଉସ୍‌ରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ।
ଏହି ଅବସରରେ ଜିଲାପାଳ କହିଥିଲେ ଯେ, ଜିଲାରେ ପୂର୍ବରୁ ଗତ ୧୦ ବର୍ଷ ମଧ୍ୟରେ ବର୍ଷାର ପରିମାଣ ୬୬.୪୨ ପ୍ରତିଶତକୁ ଖସି ଆସିଛି। ଫଳରେ ଜିଲାରେ ଥିବା ରେଙ୍ଗାଳି, ସମଲ, ଡେରଜାଙ୍ଗ ଡ୍ୟାମ ସହ ଆଉଁଳି ଓ ମାନଜୋର ପ୍ରକଳ୍ପରୁ ଚାଷ ଜମିକୁ ଜଳସେଚନ କରାଯାଉଛି। ନୂତନ ଡ୍ୟାମ ନିର୍ମାଣ କରିବାକୁ ଅର୍ଥାଭାବ ଥିବାବେଳେ ହିଡ଼ିସିଙ୍ଗ, ଧଉରାଗୋଠ ଓ ହିଞ୍ଜିଡ଼ି ପାଇପ ଲାଇନ୍‌ ଜଳସେଚନ ପ୍ରୋଜେକ୍ଟ କାର୍ଯ୍ୟ କରୁଛି। ତେବେ ଜଳସେଚନ ପାଇଁ ଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଅର୍ଥକୁ ଏକାଠି କଲେ ଏଥିପାଇଁ ଅର୍ଥାଭାବ ରହିବ ନାହିଁ ବୋଲି ଜିଲାପାଳ ମହାନ୍ତି କହିଥିଲେ। ଉକ୍ତ ପ୍ରସ୍ତାବ ଅର୍ଥ କମିଶନଙ୍କୁ ପ୍ରଦାନ କରାଯିବ ବୋଲି ଆସିଥିବା କେନ୍ଦ୍ରୀୟ ଟିମ୍‌ ପ୍ରକାଶ କରିଥିଲେ। ଏଥିସହ ଜିଲାରେ ୧୧ଟି କ୍ଷୁଦ୍ର ଜଳପ୍ରକଳ୍ପ ପାଇଁ ପ୍ରସ୍ତାବ ଦିଆଯାଇଥିବା ବେଳେ ଆଉଁଳି ଡାଇଭରଶନ୍‌ ୱେର କ୍ଷୁଦ୍ର ପ୍ରକଳ୍ପ ଅଧୀନରେ ଗୋଟିଏ ପାଣିପଞ୍ଚାୟତକୁ ମହିଳାମାନଙ୍କ ଦ୍ୱାରା ପରିଚାଳନା କରାଯାଉଛି ବୋଲି ବୈଠକରେ ଉପସ୍ଥିତ ଜିଲାସ୍ତରୀୟ ଅଧିକାରୀମାନେ ପ୍ରକାଶ କରିଥିଲେ। ଏହାକୁ ନୀତି ଆୟୋଗ ଟିମ୍‌ ସଦସ୍ୟ ପ୍ରଶଂସା କରିବା ସହ ପରିଦର୍ଶନରେ ଯିବେ ବୋଲି କହିଥିଲେ। ଏଥିସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ବିଭିନ୍ନ ଯୋଜନାରେ ଉପଲବ୍ଧ ପାଣ୍ଠିକୁ ଏକାଭିମୁଖୀ କରି ନିଜ ନିଜ ମଧ୍ୟରେ ସମନ୍ବୟ ରଖି ସମସ୍ତ ଯୋଜନା କାର୍ଯ୍ୟକାରୀ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଟିମ୍‌ ସଦସ୍ୟମାନେ ପରାମର୍ଶ ଦେଇଥିଲେ। ଅନୁଗୋଳ ଜଳସେଚନ ସର୍କଲ ଅଧୀକ୍ଷଣ ଯନ୍ତ୍ରୀ ଦୀପ୍ତି ରଞ୍ଜନ ପଣ୍ଡା ସମସ୍ତଙ୍କୁ ସ୍ବାଗତ କରିବା ସହ ଜିଲା ଜଳସେଚନ ଯୋଜନାର କାର୍ଯ୍ୟକାରିତା ଉପରେ ଆଲୋକପାତ କରିଥିଲେ। ବିଭାଗୀୟ ଯନ୍ତ୍ରୀ ସରୋଜକାନ୍ତ ମିଶ୍ର ପାୱାର ପଏଣ୍ଟ ମାଧ୍ୟମରେ ଜିଲାର ବିଭିନ୍ନ ଜଳ ଉତ୍ସ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ସୁବ୍ରତ ନାୟକ ଧନ୍ୟବାଦ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ଡେରଜାଙ୍ଗ ପ୍ରକଳ୍ପ ଉପନିର୍ଦ୍ଦେଶକ ସୁବ୍ରତ କୁମାର ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ରେଙ୍ଗାଳି, ମାନଜୋର ଆଦି ପ୍ରକଳ୍ପର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri