ଅନୁଗୋଳରେ ପୁଣି ୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା

ଅନୁଗୋଳ ଅଫିସ,୧୫ା୬: ଅନୁଗୋଳରେ ସୋମବାର ପୁଣି ୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଞ୍ଚିଛି। ତେବେ ଏହି ୪୮ ଜଣଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୧ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଆଉ ୧୦ ଜଣ ଏବେ ତାଳଚେରସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏହା ବ୍ୟତୀତ ପୂର୍ବରୁ ଆକ୍ରାନ୍ତ ହୋଇଥିବା ଜଣେ ଡାକ୍ତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି।