ଅନୁଗୋଳରେ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସଚିବ: ମୋ ସରକାର ନିୟମାବଳୀ ଶୁଭାରମ୍ଭ

ଅନୁଗୋଳ ଅଫିସ, ୧୦।୧ – ରାଜ୍ୟ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଗୁରୁବାରଠାରୁ ଦୁଇଦିନିଆ ଅନୁଗୋଳ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସଚିବ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିବା ସହ ଜିଲାରେ ମୋ ସରକାର କାର୍ଯ୍ୟକ୍ରମ ଜରିଆରେ ଅନ୍‌ଲାଇନ୍‌ରେ ଭିନ୍ନକ୍ଷମ ପରିଚୟ ପତ୍ର ପ୍ରଦାନ ଓ ଡିବିଟି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଅନୁଗୋଳ ଜିଲାରେ ଏହି ବ୍ୟବସ୍ଥାକୁ ପାଇଲଟ୍‌ ପ୍ରକଳ୍ପ ଭାବେ କରାଯାଉଛି ବୋଲି ସଚିବ ପ୍ରକାଶ କରିଛନ୍ତି।
ଜିଲା କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ସଚିବ ଯୋଗଦେଇ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ପ୍ରଦାନ ସମ୍ପର୍କରେ ସମୀକ୍ଷା କରିଥିଲେ। ଏଣିକି ହିତାଧିକାରୀମାନଙ୍କ ସହାୟତା ରାଶି (ଡିବିଟି) ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ। ମୋବାଇଲ ଆପ୍‌ ମାଧ୍ୟମରେ ଭିନ୍ନକ୍ଷମମାନଙ୍କୁ ସେମାନଙ୍କ ପରିଚୟ ପତ୍ର ମଧ୍ୟ ପ୍ରଦାନ କରାଯିବ। ଜାତୀୟ ପରିବାର ମଙ୍ଗଳ ଯୋଜନାରେ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଅର୍ଥରାଶି ପ୍ରଦାନ କରାଯିବ ବୋଲି ସଚିବ କହିଥିଲେ। ଏହି କାର୍ଯ୍ୟକୁ ନିଷ୍ଠା ଓ ଦାୟିତ୍ୱର ସହ କରିବାକୁ ସଚିବ ବିଭାଗୀୟ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ମନୋଜ କୁମାର ମହାନ୍ତି ବିଭାଗୀୟ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସଚିବଙ୍କୁ ଅବଗତ କରିଥିଲେ। ବୈଠକରେ ଉପସ୍ଥିତ ବିଭାଗୀୟ ନିର୍ଦ୍ଦେଶିକା ବ୍ରତତ୍ରୀ ହରିଚନ୍ଦନ ମୋ ସରକାରରେ ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କୁ ଯୋଗାଇ ଦିଆଯାଉଥିବା ସେବା ପାଇଁ ଶୁଭାରମ୍ଭ ହୋଇଥିବା ମୋବାଇଲ ଆପ୍‌ର କାର୍ଯ୍ୟକାରିତା ସମ୍ପର୍କରେ ଆଲୋକପାତ କରିଥିଲେ। ହିତାଧିକାରୀଙ୍କ ଅଭିଯୋଗ ପଞ୍ଜୀକରଣ ହେଲେ ତାଙ୍କ ମୋବାଇଲରେ ଏହା ପ୍ରଦର୍ଶିତ ହେବ ଓ ଉପରିସ୍ଥ ଅଧିକାରୀ ସମ୍ପୃକ୍ତ ବ୍ୟକ୍ତି କ’ଣ ଚାହଁୁଛନ୍ତି, କିପରି ସେବା ଓ ବ୍ୟବହାର ପାଉଛନ୍ତି ତାହା ଜାଣିପାରିବେ। ଭତ୍ତା ପାଉଥିବା ହିତାଧିକାରୀମାନଙ୍କ ଆଧାର କାର୍ଡକୁ ସଂଯୋଗ କରାଯାଇ ଏହାକୁ କଡ଼ାକଡ଼ି ଭାବେ ସମୀକ୍ଷା କରି ପ୍ରକୃତ ହିତାଧିକାରୀ ଚିହ୍ନଟ କରିବାକୁ କମିଶନର ପରାମର୍ଶ ଦେଇଥିଲେ। ଆସନ୍ତା ୧୫ ତାରିଖ ସୁଦ୍ଧା ଏହି କାର୍ଯ୍ୟ ସାରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି ପୁରୀ ଓ ଭୁବନେଶ୍ୱର ପରେ ଅନୁଗୋଳ ଜିଲାରେ କାର୍ଯ୍ୟକାରୀ ହେବ ଭିକାରୀ ଆଶ୍ରୟ ଗୃହ। ଏହି ଗୃହରେ ଜିଲାର ଭିକାରୀମାନଙ୍କୁ ଚିହ୍ନଟ କରାଯାଇ ମାଗଣାରେ ରହିବା ଓ ଖାଇବାର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri